ପ୍ରବାସୀ ଶ୍ରମିକଙ୍କୁ ବାଲିଆପାଳ ବିଡିଓଙ୍କ ଦୁର୍ବ୍ୟବହାର ଘଟଣା: ମନ୍ତ୍ରୀ କହିଲେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ବାଲେଶ୍ୱର ଜିଲା ବାଲିଆପାଳ ବିଡିଓ ପ୍ରବାସୀ ଶ୍ରମିକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତେବେ ଗୁରୁବାର ଏହାକୁ ନିନ୍ଦା କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା। ସେ କହିଛନ୍ତି, ବାଲିଆପାଳ ବିଡିଓ ଯାହା କହିଛନ୍ତି ତାହା ଠିକ୍‌ ନୁହେଁ। ଏଭଳି ସମୟରେ ତାଙ୍କ ବ୍ୟବହାର ଠିକ୍‌ ନ ଥିଲା। ଜିଲାପାଳଙ୍କଠାରୁ ରିପୋର୍ଟ ମଗାଯାଇଛି। ରିପୋର୍ଟ ମିଳିବା ପରେ ତାଙ୍କ ବିରୋଧରେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

ପ୍ରକାଶ ଯେ, ବାଲେଶ୍ୱର ଜିଲାର ୨୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଗୁଜରାଟରୁ ଆସି ବାଲେଶ୍ୱର ଷ୍ଟେଶନରେ ପହଞ୍ଚିଥିଲେ। ସେଠାରୁ ସେମାନଙ୍କୁ ବସ୍‌ ଯୋଗେ ବାଲିଆପାଳ ଅଣାଯାଇଥିଲା। ତେବେ ବସ୍‌ଟି ଦୀର୍ଘ ସମୟ ଧରି ଛିଡ଼ା ହେବାରୁ ଭିତରେ ଥିବା ଶ୍ରମିକମାନେ ଗରମରେ ଅତିଷ୍ଠ ହୋଇ ପଡ଼ିଥିଲେ। ବସ୍‌ରୁ ଓହ୍ଲାଇ ଜଣେ ଅଧିକାରୀଙ୍କୁ ପିଇବା ଲାଗି ପାଣି ମାଗିବା ସହ ବିଭିନ୍ନ ଅସୁବିଧା ବିଷୟରେ କହିଥିଲେ। ହେଲେ ପରେ ଉକ୍ତ ଅଧିକାରୀ- ପ୍ରବାସୀ ଶ୍ରମିକଙ୍କ ମଧ୍ୟରେ କଥା କଟାକଟି ହୋଇ ଉତ୍ତେଜନା ଦେଖାଦେଇଥିଲା। ସମ୍ପୃକ୍ତ ଅଧିକାରୀ ଏନେଇ ଗାଳି କରିଥିଲେ ବୋଲି ପ୍ରବାସୀ ଶ୍ରମିକ ମିଥୁନ ବାରିକ, କାହ୍ନୁ ଚରଣ ସାନ୍ତା ଅଭିଯୋଗ କରିଥିଲେ। ଏନେଇ ଅଧିକାରୀଙ୍କ ପ୍ରତିକ୍ରିୟା ନିଆଯାଇଥିଲା। ତେବେ ସେ ଘଟଣାକୁ ସ୍ବିକାର କରିବା ସହ ଉଦ୍ଦେଶ୍ୟମୂଳକ ଭାବେ ତାହା କହି ନ ଥିବା କହିଥିଲେ। ହେଲେ ଘଟଣାର ଭିଡିଓ ଭାଇରାଲ ହେବା ପରେ ଜଣେ ଓଏଏସ୍‌ ଅଫିସର ହୋଇଥିବା ଯୋଗୁ ପଦକୁ ନେଇ ଏଭଳି ଆଚରଣ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri