ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ୫.୨% ହ୍ରାସ

ନୂଆଦିଲ୍ଲୀ,୧-୧୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବରରେ ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ହାର ୫.୨% ହ୍ରାସ ଘଟିଛି। ଗତ ବର୍ଷ ସମାନ ସମୟରେ ଶିଳ୍ପ କ୍ଷେତ୍ରରେ ୪.୩% ଅଭିବୃଦ୍ଧି ଘଟିଥିଲା। କୋଇଲା, ଅଶୋଧିତ ତୈଳ, ପ୍ରାକୃତିକ ବାଷ୍ପ, ରିଫାଇନେରି ପ୍ରଡକ୍ଟ, ସିମେଣ୍ଟ, ଷ୍ଟିଲ ଏବଂ ବିଦ୍ୟୁତ ଭଳି କ୍ଷେତ୍ରଗୁଡିକର ଉତ୍ପାଦନ ନକାରାତ୍ମକ ସ୍ଥିତିରେ ରହିଛି। ୮ କ୍ଷେତ୍ର ମଧ୍ୟରୁ ୭ଟିର ସ୍ଥିତିରେ ନକରାତ୍ମକ ଅଭିବୃଦ୍ଧି ରହିଥିବା ଗୁରୁବାର ସରକାରଙ୍କ ତଥ୍ୟରୁ ସାମ୍ନାକୁ ଆସିଛି। ଏହି ସମୟରେ ସାର ଉତ୍ପାଦନ ଉନ୍ନତ ରହିଛି। ଗତ ସମାନ ମାସ ତୁଳନାରେ ଚଳିତ ବର୍ଷ ଏଥିରେ ୫.୪% ଅଭିବୃଦ୍ଧି ରହିଛି। ଚଳିତ ବର୍ଷ ଏପ୍ରିଲ-ସେପ୍ଟେମ୍ବର ସମୟରେ ପ୍ରମୁଖ ଶିଳ୍ପ କ୍ଷେତ୍ରଗୁଡିକର ଅଭିବୃଦ୍ଧି ୧.୩%କୁ ଖସିଛି। ଏହା ଗତ ସମାନ ସମୟରେ ୫.୫% ରହିଥିବା ସରକାରଙ୍କ ତଥ୍ୟରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri