Posted inଖେଳ

ପ୍ରମୋଦ ‘ସ୍ପୋଟର୍‌ସମ୍ୟାନ ଅଫ ଦି ଇୟର’

ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ପାରାସ୍ପୋଟର୍‌ସ ତାରକା ପ୍ରମୋଦ ଭଗତ କ୍ୟାରିୟରରେ ଆଉ ଏକ ସ୍ମରଣୀୟ ସ୍ବୃତି ଲାଭ କରିଛନ୍ତି। ସୋମବାର ସେ ସ୍ପୋଟର୍‌ସଷ୍ଟାର ଏସେସ୍‌ ପାରାସ୍ପୋଟର୍‌ସ ‘ସ୍ପୋଟର୍‌ସମ୍ୟାନ ଅଫ ଦି ଇୟର’ ପୁରସ୍କାର ଲାଭ କରିଛନ୍ତି। ଏହି ପୁରସ୍କାର ଦୌଡ଼ରେ ଥିବା ପାରା ଜାଭେଲିନ ଆଥଲେଟ ସନ୍ଦିପ ଚୌଧାରୀ ଓ ସୁନ୍ଦର ସିଂ ଗୁର୍ଜାରଙ୍କୁ ପଛରେ ପକାଇ ଦେଇଛନ୍ତି ପ୍ରମୋଦ। ପିଲାଦିନରୁ ପୋଲିଓରେ ଆକ୍ରାନ୍ତ ପ୍ରମୋଦ ୨୦୧୯ରେ ଚମତ୍କାର ପ୍ରଦର୍ଶନ କରି ଭାରତର ନମ୍ବରଓ୍ବାନ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ହେବାର ସୌଭାଗ୍ୟ ପାଇଛନ୍ତି। ପ୍ରମୋଦ ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଏସଏଲ-୩ ସିଙ୍ଗଲ୍ସ ଓ ଏସଏଲ-୩/୪ ଡବଲ୍ସରେ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ଅନ୍ତର୍ଜାତୀୟ ସ୍ତରରେ ଅନେକ ସଫଳତା ବ୍ୟତୀତ ସେ ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ମଧ୍ୟ ଗୋଟିଏ ଲେଖାଏ ସ୍ବର୍ଣ୍ଣ ଓ ବ୍ରୋଞ୍ଜ ପଦକ ଜିତିଥିଲେ। ୨୦୧୯ରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଗୁଡ଼ିକରେ ପ୍ରମୋଦ ୧୧ ସ୍ବର୍ଣ୍ଣ ସମେତ ମୋଟ ୨୧ ପଦକ ହାସଲ କରିଥିଲେ। ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର, ଚେସ୍‌ କିମ୍ବଦନ୍ତୀ ବିଶ୍ୱନାଥନ ଆନନ୍ଦ, ଦି ହିନ୍ଦୁ ପବ୍ଲିଶିଂ ଗ୍ରୁପ ଚେୟାରମ୍ୟାନ ଏନ. ରାମ, ପୂର୍ବତନ ଭାରତୀୟ ହକି ଅଧିନାୟକ ଏମ.ଏମ. ସେମୟା, ଅଲିମ୍ପିଆନ ଶୁଟର ଅଞ୍ଜଳି ଭଗବତ ଏବଂ ଅଲିମ୍ପିଆନ ବ୍ୟାଡ୍‌ମିଣ୍ଟନ ଖେଳାଳି ଅପର୍ନା ପୋପଟଙ୍କ ନେଇ ଗଠିତ ଜୁରି କମିଟି ବିଭିନ୍ନ ପୁରସ୍କାର ପାଇଁ ବିଜେତା ଚୟନ କରିଥିଲେ। ଯୁବ ଆଥଲେଟ୍‌, ଦଳ, କୋଚ୍‌ ଏବଂ ପାରା ଆଥଲେଟ୍‌ଙ୍କ ପାଇଁ ଭିନ୍ନଭିନ୍ନ କାଟେଗୋରିରେ ପୁରସ୍କାର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri