ପ୍ରଶାସନର ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧ: ୨୪ରେ ଦେବଗଡ଼ ବନ୍ଦ ଡାକରା

ଦେବଗଡ଼,୨୨ା୭(ଡି.ଏନ୍‌.ଏ.): ଦେବଗଡ଼ ପୌରାଞ୍ଚଳ ମାର୍କେଟ ତଥା ବିଭିନ୍ନ ୱାର୍ଡରେ ପୌରପରିଷଦ ପକ୍ଷରୁ ହେଉଥିବା ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧକରି କିଛି ବ୍ୟବସାୟୀଙ୍କ ଦ୍ୱାରା ସ୍ଥାନୀୟ ଗୋପାଲଜୀ ମନ୍ଦିରରେ ଗତ ୧୯ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏ ନେଇ ଏକ ଅସ୍ଥାୟୀ କମିଟି ଗଠନ କରାଯାଇ ସଭାପତି ଭାବରେ ଶୁଶୀଲ କୁମାର କପରଦାର, ଉପସଭାପତି ଆଲୋକ କୁମାର ଅମାନ୍ତ, ସମ୍ପାଦକ ରାଜକିଶୋର ଦାଶ, ସହସମ୍ପାଦକ ସୁବ୍ରତ ସାହୁ ଏବଂ କୋଷାଧ୍ୟକ୍ଷ ଭାବେ ସୁଧୀର କୁମାର ବ୍ରହ୍ମାଙ୍କୁ ମନୋନୀତ କରାଯାଇଥିଲା। ବୈଠକରେ ପୌରପରିଷଦର ଉଚ୍ଛେଦ ପ୍ରକ୍ରିୟାକୁ ନିନ୍ଦା କରାଯାଇଥିବା ବେଳେ ଆସନ୍ତା ୨୪ ତାରିଖରେ ୨୪ ଘଣ୍ଟିଆ ଦେବଗଡ଼ ବନ୍ଦ ଡାକରା ପାଇଁ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷରେ ପୂର୍ବରୁ ଥିବା ଜିଲା ବଣିକ ସଂଘକୁ ବାତିଲ କରିବା ସହ ଅସ୍ଥାୟୀ ଭାବେ ନୂତନ କର୍ମକର୍ତ୍ତା ମନୋନୀତ କରାଯିବ। ଅତ୍ୟାବଶ୍ୟକ ସେବା ଔଷଧ ଦୋକାନ ଓ ଜାତୀୟ ରାସ୍ତାକୁ ବାଦ୍‌ଦେଇ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ, ବ୍ୟବସାୟ ପ୍ରତିଷ୍ଠାନ ଆଦି ବନ୍ଦ ରହିବାକୁ ନୂତନ ସଂଘ ପକ୍ଷରୁ କୁହାଯାଇଛି। ସୋମବାର ସ୍ଥାନୀୟ ଗୋପାଲଜୀ ମନ୍ଦିରରେ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ୧୫୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri