ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗାଁ ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ କିଛିଦିନ ହେଲା ବାହାର ରାଜ୍ୟ ତଥା କେରଳ, ତାମିଲନାଡୁ, କର୍ଣ୍ଣାଟକ ଆଦି ରାଜ୍ୟରୁ ଫେରିଥିବା ଦାଦନଙ୍କୁ ସ୍ବାସ୍ଥ୍ୟପରୀକ୍ଷା ପରେ ଆଇସୋଲେଶନ ୱାର୍ଡ଼ କିମ୍ବା ନିଜ ଘରେ ୧୪ ଦିନ ପର୍ଯ୍ୟନ୍ତ ରହିବାକୁ କୁହାଯାଇଥିଲେ ସୁଦ୍ଧା ପ୍ରଶାସନର ପରାମର୍ଶକୁ ବେଖାତିର କରି ବେଧଡ଼କ ବୁଲାବୁଲି କରୁଛନ୍ତି। ଫଳରେ ଏନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯିବା ସହ ଗୁରୁବାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ଅନ୍ତରଙ୍ଗ ଯୁବସଂଘ ପକ୍ଷରୁ କନ୍ଧମାଳ ଜିଲାପାଳଙ୍କୁ ଏହି ବାବଦରେ ଅବଗତ କରାଯାଇଛି। ଯେଉଁମାନେ ପ୍ରଶାସନର ପରାମର୍ଶ ନ ଶୁଣି ବାହାରେ ବୁଲୁଛନ୍ତି ସେମାନଙ୍କ ନାମ ଜିଲା ପୋଲିସଙ୍କୁ ଜଣାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କନ୍ଧମାଳ ଜିଲାପାଳ ଡ.ବୃନ୍ଦା ଡି କହିଛନ୍ତି। ଏସମ୍ପର୍କରେ ଅବଗତ କରାଯାଇଥିବା ଲୋକଙ୍କ ନାମ ଗୋପନ ରଖାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri