ପ୍ରଶାସନର ନିର୍ଦ୍ଧେଶକୁ ବେଖାତିର:ବିଦ୍ୟାଳୟକୁ ଡକାଇ ଛାତ୍ରୀଛାତ୍ରଙ୍କୁ ବହି ବଣ୍ଟନ

ଦାରିଙ୍ଗବାଡ଼ି,୨୩।୪(ଡି.ଏନ.ଏ)- ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଶିକ୍ଷକମାନେ ପାଠ୍ୟପୁସ୍ତକ ନେଇ ଘରେ ଦେଇ ଆସିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ରହିଛି। କିନ୍ତୁ ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତ ଦାସିକେତା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିୟମକୁ ବେଖାତିର କରି ଛାତ୍ରୀଛାତ୍ରଙ୍କୁ ସ୍କୁଲକୁ ଡକାଇ ବହି ଦିଆଯାଇଛି। ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ସାହୁ ସମସ୍ତ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟକୁ ଡକାଇ ପୁସ୍ତକ ବାଣ୍ଟିଛନ୍ତି। ଏନେଇ ଛାତ୍ରୀଛାତ୍ରମାନେ କହିଛନ୍ତି ଯେ, କଟକଣା ବିଷୟରେ ଜାଣିନାହୁଁ, ପ୍ରଧାନ ଶିକ୍ଷକ ଖବର ଦେଲେ ବହି ନେବାକୁ ତେଣୁ ଆସିଛୁ। ପ୍ରାୟ ୭୦ ପିଲା ବିଦ୍ୟାଳୟରେ ପହଞ୍ଚତ୍ ବହି ନେଇଛନ୍ତିି। ଏନେଇ ପ୍ରଧାନ ଶିକ୍ଷକଙ୍କୁ ପଚାରିବାରୁ ସେ ଦୋଷ ସ୍ବୀକାର କରିବା ସହ ଶୀଘ୍ର ପାଠ୍ୟପୁସ୍ତକ ବଣ୍ଟନ କରିବାକୁ ଏଭଳି କରିଥିବା କହିଛନ୍ତି। ଏନେଇ ବିଇଓ ବ୍ରାହ୍ମାନନ୍ଦ ରାଉତ କହିଛନ୍ତି ଯେ, ସେ ସମସ୍ତ ଛାତ୍ରୀଛାତ୍ରଙ୍କୁ ଘରେ ନେଇ ପାଠ୍ୟପୁସ୍ତକ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସିଆରସିସି ଓ ସେ ନିଜେ ଏହାର ତଦାରଖ କରୁଛନ୍ତି। ତଥାପି କିଛି ଶିକ୍ଷକ ଏହାକୁ ମାନିନାହାନ୍ତି। କନ୍ଧମାଳ ଜିଲାପାଳ ଡ.ବୃନ୍ଦା ଡି ଘଟଣାର ତଦନ୍ତ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri