ପ୍ରଶାସନର ନୂଆବର୍ଷ ପ୍ରସ୍ତୁତି: ଝଲସିଲାଣି ମେଘନାଦ ପାଚେରି; ଶେଷ ପର୍ଯ୍ୟାୟରେ ବ୍ୟାରିକେଡ କାମ

ପୁରୀ ଅଫିସ, ୨୯ା୧୨:  ଆଉ ୩ ଦିନ ପରେ ନୂଆବର୍ଷ। ପୁରୀରେ ଲକ୍ଷ ଲକ୍ଷ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ, ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ମହାପ୍ରଭୁଙ୍କ ନୀତିକାନ୍ତି, ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ, ଭକ୍ତଙ୍କ ଦର୍ଶନ ଓ ସୁବିଧା ଉପରେ ଗୁରୁତ୍ୱ ଦିଆଯାଇଛି। ସେହିପରି ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁବ୍ୟବସ୍ଥିତ କରାଯାଇଛି। ନୂଆବର୍ଷରେ ଶ୍ରୀମନ୍ଦିରକୁ ଆସିବାକୁ ଥିବା ଭକ୍ତମାନେ ଯେପରି କୌଣସି ପ୍ରକାର ସମସ୍ୟାରେ ନ ପଡ଼ନ୍ତି ସେଥିପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଉଛି। ଅନ୍ୟପକ୍ଷରେ ସିଂହଦ୍ୱାର ସମ୍ମୁଖ ଅଞ୍ଚଳକୁ ସମ୍ପୂର୍ଣ୍ଣ ଭାବେ ନୂଆ ରୂପ ଦିଆଯାଉଛି। ଶନିବାର ପୂର୍ବପାର୍ଶ୍ୱ ମେଘନାଦ ପାଚେରି କଡ଼ରେ ଆଲୋକୀକରଣ କରାଯାଇଛି। ଫଳରେ ଝଲସୁଛି ମେଘନାଦ ପାଚେରି।

ଶ୍ରୀମନ୍ଦିରକୁ ଆସୁଥିବା ଦର୍ଶନାର୍ଥୀଙ୍କ ଲାଗି ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏହି ନିର୍ଦ୍ଦେଶ ପାଳନ ପାଇଁ ଜିଲା ପ୍ରଶାସନ, ଶ୍ରୀମନ୍ଦିର ଏବଂ ପୋଲିସ ପ୍ରଶାସନ ସମସ୍ତେ ଲାଗିପଡ଼ିିଛନ୍ତି। ନୂଆବର୍ଷରେ ଭକ୍ତଙ୍କୁ ନୂଆ ଅନୁଭୂତି ଦେବା ପାଇଁ ସିଂହଦ୍ୱାର ସମ୍ମୁଖ ଅଞ୍ଚଳକୁ ସମ୍ପୂର୍ଣ୍ଣ ଭାବେ ନିଆରା ଢଙ୍ଗରେ ସଜା ଯାଉଛି। ଶ୍ରୀମନ୍ଦିରର ପୂର୍ବ ପାର୍ଶ୍ୱ ଅର୍ଥାତ୍‌ କାକୁଡ଼ିଖାଇ ମନ୍ଦିରଠାରୁ ଲକ୍ଷ୍ମୀବଜାର କୋଣ ପର୍ଯ୍ୟନ୍ତ ମେଘନାଦ ପାଚେରି କଡ଼ରେ ବିଭିନ୍ନ ପ୍ରକାର ଗଛ କୁଣ୍ଡିଆ ସଜାଯାଇଛି। ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ମେଘନାଦ ପାଚେରି କଡରେ ଲାଇଟ୍‌ ଖଞ୍ଜାଯାଇଛି। ଫଳରେ ରାତିରେ ଗଛ ତଳୁ ପଡୁଥିବା ଏହି ଲାଇଟ୍‌ରେ ଝଲସୁଛି ମେଘନାଦ ପାଚେରି। ସେହିପରି ନିର୍ମାଣାଧୀନ ନୂତନ ବ୍ୟାରିକେଡ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶନିବାର ଏହାର ଉପର ଶେଡ୍‌ରେ ରଙ୍ଗୀନ କପଡ଼ା ପକାଯାଉଥିବା ଏବଂ ସିସିଟିଭି, ବକ୍ସ ଆଦି ଲଗାଯାଉଥିବାବେଳେ ବ୍ୟାରିକେଡ ଆସି ପହଞ୍ଚତ୍ଛି। ସ୍ଥାୟୀ ଜୋତା ଓ ମୋବାଇଲ ଷ୍ଟାଣ୍ଡ କାମ ଦିନେ ଦୁଇଦିନ ମଧ୍ୟରେ ପ୍ରସ୍ତୁତ ହେବାକୁ ଥିବାବେଳେ ଭକ୍ତଙ୍କ ଲାଗି ପାନୀୟଜଳ ଏବଂ ଟଏଲେଟ୍‌ ବ୍ୟବସ୍ଥା ହୋଇଛି। ମନ୍ଦିର ଭିତରେ ଦର୍ଶନରେ ଯେପରି କୌଣସି ପ୍ରକାର ବିଶୃଙ୍ଖଳା ନ ଉପୁଜେ ସେଥିପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି।

ଯାତାୟାତ ନିମନ୍ତେ ବଡ଼ଦାଣ୍ଡରେ ଟ୍ରାଫିକ ବ୍ୟବସ୍ଥାକୁ ବ୍ୟବସ୍ଥିତ କରାଯାଇଛି। ନିର୍ମାଣାଧୀନ ନୂତନ ବ୍ୟାରିକେଡ ପ୍ରବେଶ ପଥରେ ଯଥା ସମ୍ଭବ ଗହଳି କମାଇବା ପାଇଁ ଭିଆଇପି ଗାଡ଼ି ଉପରେ କଟକଣା ଲଗାଯାଇଛି। ଟାଉନ ଥାନାଠାରୁ ନୂତନ ବ୍ୟାରିକେଡ ପର୍ଯ୍ୟନ୍ତ ବଡ଼ଦାଣ୍ଡ ମଝିରେ ପାଦଚଲା କରିଡର କରାଯାଇଛି। ସେହିପରି ଭିଆଇପି ଗାଡ଼ିିଗୁଡିକୁ ମରିଚିକୋଟ ଛକଠାରୁ ଆଗକୁ ଛଡ଼ାଯାଉ ନାହିଁ। ପାଦଚଲା କରିଡର ପାଇଁ ହୋଇଥିବା ବାଉଁଶ ବ୍ୟାରିକେଡରେ ଭକ୍ତଙ୍କୁ ସଚେତନ କରିବାକୁ ପୋଲିସ ପକ୍ଷରୁ ସଚେତନତା ବାର୍ତ୍ତା ଥିବା ବ୍ୟାନର ଲଗାଯାଇଛି। ଏଥିରେ ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ଉଚ୍ଚ ଶବ୍ଦରେ ଗାଡ଼ିି ହର୍ଣ୍ଣ ବଜାନ୍ତୁ ନାହିଁ, ବଡ଼ଦାଣ୍ଡରେ ଚାଲି ଚାଲି ଜଗନ୍ନାଥଙ୍କୁ ଦର୍ଶନ କରିବା ଭାଗ୍ୟରେ ଥିଲେ ମିଳେ, ଶୃଙ୍ଖଳିତ ଭାବେ ଧାଡ଼ିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରନ୍ତୁ ଲେଖାଯାଇଛି। ସେହିପରି ବଡ଼ଦାଣ୍ଡ ଧୂଳି ମୁଣ୍ଡରେ ବୋଳି, ଜଗା କାଳିଆର ଦର୍ଶନ କରି ମନରେ ଦିଅ ଶାନ୍ତି ଭରି ଆଦି ଆଧ୍ୟାତ୍ମିକତାର ବାର୍ତ୍ତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri