ପ୍ରଶାସନ ନିଷ୍ପତ୍ତିକୁ ଲୋକଙ୍କ ବିରୋଧ

ରତ୍ନଗିରି, ୧୭।୫ (ଡି.ଏନ୍‌.ଏ.)-ବରୀ ବ୍ଲକ ଅଧୀନ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ ଅବଧି ଆଉ ୧୪ ଦିନ ବଢ଼ାଇ ଦିଆଯାଇଛି। ଜିଲା ପ୍ରଶାସନର ଏହି ନିର୍ଦ୍ଦେଶକୁ ସ୍ଥାନୀୟ ସରପଞ୍ଚ ବିଶ୍ୱନାଥ ନାୟକଙ୍କ ସମେତ ଅଞ୍ଚଳବାସୀ ଦୃଢ଼ ବିରୋଧ କରିଛନ୍ତି। ରବିବାର ବାଇଁଶିରିଆ ଗ୍ରାମବାସୀ ଏ ନେଇ ସନ୍ଥନ ମହାବିଦ୍ୟାଳୟ ନିକଟରେ ବିରୋଧ କରିବା ସହ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆ ନ ଯିବା, ଆବଶ୍ୟକ ବେଳେ ଲୋକଙ୍କୁ ସ୍ବାସ୍ଥ୍ୟ ସେବା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ କରିଥିଲେ। ଏହାସହ ଏକ ନିର୍ଦ୍ଦିଷ୍ଟ ଦଳର କର୍ମୀଙ୍କୁ ପାସ୍‌ ମିଳିବା ନେଇ ସେମାନେ ଅଭିଯୋଗ ଆଣିଥିଲେ। ଅନ୍ୟପଟେ ଉକ୍ତ ଅଞ୍ଚଳର ୨ କରୋନା ପଜିଟିଭ୍‌ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସଙ୍ଗରୋଧରେ ରହୁଥିବା ପ୍ରବାସୀମାନେ ୧୪ ଦିନ ଶେଷ କରି ଘରକୁ ଆସିସାରିଛନ୍ତି। ତେଣୁ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯିବାର ଆବଶ୍ୟକତା ନ ଥିବା ବେଳେ ରାଜନୈତିକ ବ୍ୟକ୍ତିଙ୍କ ଚାପରେ ଏଠାରେ କଟକଣା ଲଗାଯାଇଛି ବୋଲି ଅଞ୍ଚଳବାସୀ ଅଭିଯୋଗ ଆଣିଥିଲେ। ଏ ସମ୍ପର୍କରେ ବରୀ ତହସିଲଦାର ସରୋଜକାନ୍ତ ନାୟକଙ୍କୁ ପଚାରିବାରେ ଉକ୍ତ କଣ୍ଟେନମେଣ୍ଟ ଜୋନ୍‌ ଅଧୀନ ସନ୍ଥନମଠ ନିକଟ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ଶନିବାର ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଣୁ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଉକ୍ତ ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଅବଧି ବଢ଼ାଇ ଦିଆଯାଇଛି ବୋଲି କହିଛନ୍ତି।
ସୂଚନାେଯୋଗ୍ୟ, ଉକ୍ତ ଅଞ୍ଚଳରୁ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗତ ୨ ତାରିଖରୁ ୩ ପଞ୍ଚାୟତକୁ ୧୪ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ୧୬ ତାରିଖ ରାତି ୮ଟାରେ ଅବଧି ଶେଷ ହେଉଥିବାରୁ ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ବ୍ଲକ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ କଟକଣା ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri