ପ୍ରଶାସନ ଫୋକସ୍‌ରେ ଜିଲା ଚିକିତ୍ସାଳୟ

ଢେଙ୍କାନାଳ ଅଫିସ, ୭।୬ – ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟସେବାର ପ୍ରାଣକେନ୍ଦ୍ର ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମି ବିକାଶ ଏବଂ ଅତ୍ୟାବଶ୍ୟକ ସେବା ବ୍ୟବସ୍ଥା ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି। ଖୁବ୍‌ଶୀଘ୍ର ଏଠାରେ ଏମ୍‌ଆରଆଇ, ସିଟିସ୍କାନ୍‌ ଭଳି ଜରୁରୀ ସେବା ଉପଲବ୍ଧ ହେବ। ଏଥିଲାଗି ରାଜ୍ୟ ସରକାରଙ୍କ ନିକଟକୁ ପ୍ରସ୍ତାବ ପଠାଯିବ। ଅନୁମତି ମିଳିବା ପରେ ଜିଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବ। ଏଥିସହ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଶନିବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ହଲ୍‌ରେ ଅନୁଷ୍ଠିତ ରୋଗୀ କଲ୍ୟାଣ ସମିତିର କାର୍ଯ୍ୟକାରୀ ବୈଠକରେ ନିଷ୍ପତ୍ତି ହୋଇଛି।
ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ହୋଇଥିବା ଆଲୋଚନାରୁ ଜଣାପଡ଼ିଛି ଯେ, ଜିଲା ଚିକିତ୍ସାଳୟ ପରିସରରେ ପାର୍କିଂ ଏରିଆ ନିର୍ମାଣ ପାଇଁ ୧୮ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରୁ ୫୫ନଂ. ଜାତୀୟ ରାଜପଥକୁ ସଂଯୋଗ ଲାଗି ରାସ୍ତା ନିର୍ମାଣ ହେବ। ସେହିପରି ଭେଣ୍ଡିଂ ଜୋନ୍‌ ଓ ଶୌଚାଳୟ ସମ୍ମୁଖରେ ସ୍ଥାୟୀ ରାସ୍ତା ତିଆରି କରାଯିବ। ରୋଗୀଙ୍କ ଆଟେଣ୍ଡାଣ୍ଟ ପାଇଁ ବିଶ୍ରାମଗୃହ ନିର୍ମାଣ କରାଯିବ। ପାନୀୟଜଳ ସମସ୍ୟାର ସମାଧାନ ଲାଗି ଦୁଇଟି ବୋରଓ୍ବେଲ ଖୋଳାଯିବ। ଏଥିଲାଗି ଅଟକଳ ପ୍ରସ୍ତୁତ କରିବା ନିମନ୍ତେ ଜନସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ବାଦ୍‌ ଦେଲେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରୋଗୀଙ୍କ ପାଇଁ ରୋଷେଇ ଘର, ଲଣ୍ଡ୍ରି ବ୍ୟବସ୍ଥା କରାଯିବ ବୋଲି ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ବୈଠକରେ ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଡା. ଅଭୟ ଦାସ, ଜାତୀୟ ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଜିଲା ଚିକିତ୍ସାଳୟରେ ଏମ୍‌ଆରଆଇ, ସିଟିସ୍କାନ ସୁବିଧା ନ ଥିବାରୁ ରୋଗୀମାନେ ସମସ୍ୟା ଭୋଗୁଛନ୍ତି। ଆବଶ୍ୟକସ୍ଥଳେ ସେମାନଙ୍କୁ ଅନୁଗୋଳ ଏବଂ କଟକ ଡାକ୍ତରଖାନା ଉପରେ ନିର୍ଭର କରିବାକୁ ପଡୁଛି। ଏ ନେଇ ଜିଲାପାଳ କୁହନ୍ତି, ସ୍ବାସ୍ଥ୍ୟକେନ୍ଦ୍ରର ଜରୁରୀ ଆବଶ୍ୟକତାକୁ ଦେଖି ସମସ୍ତ ବ୍ୟବସ୍ଥା କରାଯିବ। ଏଥିଲାଗି ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri