Posted inଫୁରସତ

ପ୍ରସବ ଯନ୍ତ୍ରଣା ଅସହ୍ୟ ହେବାରୁ ୪ କିଲୋମିଟର ବରଫରେ ଚାଲିଲେ ଗର୍ଭବତୀ

ହିମାଚଳପ୍ରଦେଶ: ଜଣେ ଗର୍ଭବତୀ ମହିଳା ପ୍ରସବ ଯନ୍ତ୍ରଣା ସହି ନ ପାରି ୪ କିଲୋମିଟର ବରଫରେ ଚାଲି ହସ୍ପିଟାଲରେ ପହଞ୍ଚିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତୀର୍ଥନ ଘାଟି ନୋହାଣ୍ଡା ପଞ୍ଚାୟତ ଝଲେରି ଗାଁର ସଞ୍ଜୁଙ୍କ କ୍ଷେତ୍ରରେ ଏପରି ଘଟିଛି। ରାସ୍ତାରେ ଏତେ ବରଫ ପଡ଼ିଥିଲା କି ଘରୁ ବାହାରିବା କଷ୍ଟକର ଥିଲା। ମାତ୍ର ସଞ୍ଜୁଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ସେ ସ୍ବାମୀ ରୋଶନ୍‌ ଲାଲ୍‌ ଏବଂ ଶାଶୁଙ୍କ ସହ ସ୍ଥାନୀୟ ହସ୍ପିଟାଲକୁ ଯାଇଥିଲେ। ସେଠାରେ ଡାକ୍ତର ନ ଥିଲେ କି କୌଣସି ଆନୁସଙ୍ଗିକ ବ୍ୟବସ୍ଥା ନ ଥିଲା। ଫଳରେ ସେଠାରୁ ୪ କିଲୋମିଟର ଦୂର ସେଗୁଶୈଣୀ ପିଏଚ୍‌ସିକୁ ଯାଇଥିଲେ।

ରୋଶନ୍‌ଲାଲ୍‌ କୁହନ୍ତି, ତାଙ୍କ ସ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଏତେ ବିଗିଡ଼ିବାରେ ଲାଗିଲା ଯେ କୌଣସି ଗାଡ଼ିମଟରକୁ ଅପେକ୍ଷା ନ କରି ତାଙ୍କୁ ଚଲାଇ ଚଲାଇ ନେବାକୁ ପଡ଼ିଲା। ବରଫରେ ସଞ୍ଜୁଙ୍କ ପାଦ ଖସି ଯାଉଥାଏ କିନ୍ତୁ ଶାଶୁ ଏବଂ ସ୍ବାମୀ ଦୁଇ ହାତ ଧରି ନେଇଥିଲେ। ଏହି ଘଟଣା ପରେ ତାଙ୍କ ସମ୍ପର୍କୀୟମାନେ ଅସନ୍ତୋଷ ପ୍ରକାଶ କରିବା ସହ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ…

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…

ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍‌ଙ୍କ ୧୦% ନୂଆ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri