ପ୍ରସିଦ୍ଧ ଲକ୍ଷ୍ମୀପୂଜା ଆଦ୍ୟପର୍ବ ଆରମ୍ଭ:ରାଧାଷ୍ଟମୀରେ ଅନୁକୂଳ ହେଲା ମାଟି

ଢେଙ୍କାନାଳ ଅଫିସ, ୭।୯

ପବିତ୍ର ରାଧାଷ୍ଟମୀରେ ମାଟି ଅନୁକୂଳ ସହ ଆରମ୍ଭ ହୋଇଛି ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଆଦ୍ୟପର୍ବ। ମୀନାବଜାର ଶ୍ରୀଶ୍ରୀ ମଉଡ଼ମଣି ରାଜଲକ୍ଷ୍ମୀ ପୂଜା ପ୍ରତିଷ୍ଠାନ ଏବଂ ଗଣେଶ ବଜାର ଲକ୍ଷ୍ମୀପୂଜା ପ୍ରତିଷ୍ଠାନ ପକ୍ଷରୁ ଧନର ଦେବୀଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣ ପାଇଁ ମାଟି ଅନୁକୁଳ କରାଯାଇଛି।
ପୂର୍ବାହ୍ନ ୮ଟାରେ ମୀନାବଜାର ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ପୂଜାମଣ୍ଡପଠାରୁ ଶୋଭାଯାତ୍ରାରେ ବାହାରି ବଡ଼ଯୋରା ନାଳ ନିକଟରେ ପହଞ୍ଚତ୍ଥିଲେ। ସେଠାରେ ବିଧିବଦ୍ଧଭାବେ ପୂଜାର୍ଚ୍ଚନା କରାଯିବା ପରେ ଶୁଭମାଟି ଉଠାଯାଇଥିଲା। ଘଣ୍ଟ, ଶଙ୍ଖ, ବାଦ୍ୟର ତାଳେତାଳେ ଅନୁକୁଳ ହୋଇଥିବା ମାଟିକୁ ମଣ୍ଡପକୁ ଅଣାଯାଇଥିଲା। ସେହିପରି ଗଣେଶ ବଜାର ଶ୍ରୀଶ୍ରୀ ସୌଭାଗ୍ୟଲକ୍ଷ୍ମୀ ପୂଜା ପ୍ରତିଷ୍ଠାନ ପକ୍ଷରୁ ଚଳିତବର୍ଷ ବ୍ରାହ୍ମଣୀ ନଦୀରୁ ମାଟି ଅନୁକୁଳ କରାଯାଇଛି। ଲକ୍ଷ୍ମୀପୂଜାକୁ ମାତ୍ର ମାସେ ଥିବାବେଳେ ମା’ଙ୍କ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ଶୁଭଲଗ୍ନ ସ୍ଥିର କରାଯାଇଥିବା ଗଣେଶ ବଜାର ପୂଜା କମିଟି ସମ୍ପାଦକ ବିଶ୍ୱନାଥ ବେହେରା ସୂଚନା ଦେଇଛନ୍ତି।
ପବିତ୍ର ସୁନିଅଁା ଅବସରରେ ଆସନ୍ତା ୧୦ ତାରିଖରେ ଅନ୍ୟ ପୂଜା ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ମାଟି ଅନୁକୂଳ କରାଯିବ। ଏହାକୁ ନେଇ ପ୍ରସ୍ତୁତି ଜୋର୍‌ ଧରିଛି। ଅପରପକ୍ଷେ ମାଟି ଅନୁକୂଳ ପରେ ଲକ୍ଷ୍ମୀପୂଜାକୁ ନେଇ ସହରବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଉଦ୍ଦୀପନା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri