ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ଏଡିଏମ୍‌ଓ, ତହସିଲଦାରଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

କର୍ଲାମୁଣ୍ଡା, ୨୧।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜନୈକା ପ୍ରସୂତି ମହିଳାଙ୍କ ମୃତ୍ୟୁକୁ ନେଇ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଥିଲେ। ମୃତା ପ୍ରସୂତିଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ରେଗେଡା ସମିତିସଭ୍ୟ ଅରବିନ୍ଦ ଚୌଧୁରୀଙ୍କ ନେତୃତ୍ୱରେ ଏହି ଧାରଣା ଦିଆଯାଇଥିଲା। ମଙ୍ଗଳବାର ରାତି ୧୦ଟାରେ ଏଡିଏମ୍‌ଓ(ଏଫ୍‌ଡବ୍ଲ୍ୟୁ) ଡ. ଅଶୋକ କୁମାର ଅଗ୍ରୱାଲ, ସ୍ଥାନୀୟ ଭାରପ୍ରାପ୍ତ ତହସିଲଦାର ସର୍ବେଶ୍ୱର ଜାଲ ଘଟଣାସ୍ଥଳରେ ପହଞ୍ଚି ଧାରଣାକାରୀଙ୍କୁ ବୁଝାଶୁଝା କରିଥିଲେ। ମୃତକଙ୍କ ପରିବାରଙ୍କୁ ରେଡ୍‌କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଓ ଦୁଇ ଅନାଥ ଶିଶୁକୁ ଥଇଥାନ କରିବାକୁ ପ୍ରତିଶ୍ରୁତି ଦେବାପରେ ରାତି ୧୨ଟାରେ ଧାରଣା ଉଠିଥିଲା। ତେବେ ସ୍ଥାନୀୟ ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ମ.ରାମପୁରକୁ ପଠାଇଥିଲେ। ବୁଧବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରାଯିବ ବୋଲି ଫାଣ୍ଡି ଅଧିକାରୀ ଅଧିଶଚନ୍ଦ୍ର ବିଶ୍ୱାସ କହିଛନ୍ତି।
ପ୍ରକାଶ ଥାଉକି ପୌରକେଲା ଗ୍ରାମର ସଜନୀ ଦୁର୍ଗା ଗୋଲାମୁଣ୍ଡା ବ୍ଲକର କର୍ଲା ଗ୍ରାମର ମନୋଜ ଦୁର୍ଗାଙ୍କୁ ବିବାହ କରିଥିଲେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମନାନ୍ତର ହେବାରୁ ସଜନୀ ବାପଘରେ ରହୁଥିଲେ। ତେବେ ସେ ଗର୍ଭବତୀ ଥିଲେ ହେଁ ସ୍ଥାନୀୟ ଅଙ୍ଗନୱାଡି କେନ୍ଦ୍ରରେ ନାମ ପଞ୍ଜୀକରଣ କରି ନ ଥିଲେ। ମଙ୍ଗଳବାର ଶିଶୁ କନ୍ୟା ଜନ୍ମ ହେବା ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଥିରେ ସରର୍ଗୁଲ ମାଲପଡା ସମିତି ସଭ୍ୟ ଯଶୋବନ୍ତ ସାହୁ, ପୌରକେଲା ସମିତି ସଭ୍ୟ ସୀମାଞ୍ଚଳ ଭୋଇ, କର୍ଲାମୁଣ୍ଡା ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ, ଦେବେନ୍ଦ୍ର ସାହୁ ପ୍ରମୁଖ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri