ପ୍ରସୂତି ଗୃହ ନିର୍ମାଣରେ ଅନିୟମିତତା

ଖଇରା, ୨୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରଦତ୍ତ ୨୦ଲକ୍ଷ ଟଙ୍କା ଅନୁଦାନରେ ପ୍ରସୂତି ଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ନିର୍ଦ୍ଧାରିତ ସମୟର ୧ବର୍ଷ ଅତିକ୍ରାନ୍ତ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ୭୦ଭାଗ କାର୍ଯ୍ୟ ଶେଷ ହୋଇନାହିଁ। ଅନ୍ୟପକ୍ଷେ ନିମ୍ନମାନର କାମ କରାଯିବା ନେଇ ଅଭିଯୋଗ ହେଉଥିଲେ ମଧ୍ୟ ଏହାର ତଦାରଖ କରାଯାଉନାହିଁ ା ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନେ ଏ ଦିଗରେ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି କହି ଉଦାସୀନ ରହୁଥିବାରୁ ଏହାର ଭିଜିଲାନ୍ସ ତଦନ୍ତ କରାଯିବା ଲାଗି ଖଇରାର ବିଭିନ୍ନ ସଙ୍ଗଠନ ଦାବି କରିଛନ୍ତି। ଉଲ୍ଲେଖନୀୟ ଯେ, ପ୍ରବଳ ବର୍ଷା ହେବା ସମୟରେ ରାତି ଅଧିଆ ଏହି ଘରର ଛାତ ଢଳାଇ ପକାଯିବା ନେଇ ଅଭିଯୋଗ ହେବାରୁ ବିଭାଗୀୟ ଅଧିକାରୀ କାର୍ଯ୍ୟକୁ କିଛିଦିନ ବନ୍ଦ ରଖିଥିଲେ। ପରେ ପୁଣି କାର୍ଯ୍ୟ ଆରମ୍ଭ ହୋଇଥିଲା। ଏ ସମ୍ପର୍କରେ କନିଷ୍ଠଯନ୍ତ୍ରୀ ରୁବି ଖାତୁନଙ୍କୁ ପଚାରିବାରୁ କହିଛନ୍ତି, ନିର୍ମାଣ କାର୍ଯ୍ୟରେ ବିଳମ୍ବ ନେଇ ସମ୍ପୃକ୍ତ ଠିକାଦାରଙ୍କୁ ଚିଠି କରାଯିବା ସହ ଜରିମାନା କରାଯାଇଛି ା ଏବେ ନିମ୍ନମାନର କାର୍ଯ୍ୟ ସମ୍ପର୍କରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri