ପାଟଣା ,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ତଥା ପାଟଣା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଟାଇଁସିରା ମୌଜାରେ ପ୍ରସ୍ତାବିତ ଏକ ପାଉଁଶ ଇଟା କାରଖାନା ନିର୍ମାଣକୁ ସ୍ଥାନୀୟ ଗ୍ରାମବାସୀଙ୍କ ତରଫରୁ ବିରୋଧ କରାଯାଇଛି।
ସୂଚନା ଅନୁଯାୟୀ, ଉକ୍ତ ମୌଜାର ଏକ ପ୍ଲଟରେ ନିର୍ମାଣ ହେବାକୁ ଥିବା ଫ୍ଲାଇ ଆଶ୍ ଫ୍ୟାକ୍ଟ୍ରିକୁ ଉକ୍ତ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଜିଲାପାଳ, ପାଟଣା ତହସିଲଦାର, ଥାନା ଅଧିକାରୀ ଓ ବଡ଼ପାଟଣା ସରପଞ୍ଚଙ୍କୁ ଗ୍ରାମବାସୀ ଦାବିପତ୍ର ପ୍ରଦାନ କରିଛନ୍ତି। ଅଭିଯୋଗ ଅନୁଯାୟୀ, ପ୍ରସ୍ତାବିତ କାରଖାନା ଜମିଟି ଜନବସତି ଓ ବିଦ୍ୟାଳୟକୁ ଲାଗି ରହିଛି। ତେଣୁ ଏଠାରେ କାରଖାନା ନିର୍ମାଣ ହେଲେ ସେଥିରୁ ନିର୍ଗତ ଧୂଳିରେ ସ୍ଥାନୀୟ ଲୋକେ ରୋଗାକ୍ରାନ୍ତ ହେବେ। ଏଥିସହ ସମ୍ପୃକ୍ତ ଜମି ନିକଟ ଦେଇ ରାଞ୍ଚି-ବିଜୟୱାଡା ୨୨୦ ନମ୍ବର ଜାତୀୟ ରାଜପଥ ଯାଇଛି। ଏଭଳି ସ୍ଥାନରେ ଫ୍ଲାଏ ଆଶ୍ ଇଟା କାରଖାନା ହେଲେ ଏହା ସାଧାରଣ ଲୋକଙ୍କୁ ବହୁ ଅସୁବିଧାର ପକାଇବ ବୋଲି ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ତେଣୁ ଏହି କାରଖାନା ନିର୍ମାଣକୁ ଅନୁମତି ନ ଦେବାକୁ ଗ୍ରାମବସୀ ଅନୁରୋଧ କରିଛନ୍ତି।
ପ୍ରସ୍ତାବିତ ପାଉଁଶ ଇଟା କାରଖାନାକୁ ବିରୋଧ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲେ ଗ୍ରାମବାସୀ
Posted inଆମ ଜିଲା ଖବର, କେନ୍ଦୁଝର View All
ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…
କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…
ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ
ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…
ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି
ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…
ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ
ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…
୧୩୨ କେଭି ଲାଇନ୍ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ
ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…
ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍
ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…
ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍
ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…
ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ
କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

