ପ୍ରସ୍ତୁତି ଲାଗି ଯଥେଷ୍ଟ ସମୟ ଥିଲା

ନୂଆଦିଲ୍ଲୀ,୨୫ା୩: ଭାରତରେ ଏବେ ଚାରିଆଡ଼େ ଭୟ ଓ ଆତଙ୍କର ପରିବେଶ। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ଭାଇରସ୍‌ରେ ୫୧୧ ଆକ୍ରାନ୍ତ ହେବା ପରେ ଯୁଦ୍ଧକାଳୀନ ଭିତ୍ତିରେ ସବୁ ଚାଲିଛି। ହେଲେ ବହୁ ଆଗରୁ ଏସବୁ ହୋଇପାରିଥାନ୍ତା। ପ୍ରସ୍ତୁତି ଲାଗି ଯଥେଷ୍ଟ ସମୟ ଥିଲା ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟ କରି କହିଛନ୍ତି। ହରିୟାଣାର ସରକାରୀ ଡାକ୍ତର କାମନା କକ୍କରଙ୍କ ଟୁଇଟ ଉପରେ ସେ ଏଭଳି ମତ ଦେଇଛନ୍ତି। ହସ୍ପିଟାଲରେ ଅତ୍ୟାବଶ୍ୟକ ମାସ୍କ, ଗ୍ଲୋଭ୍‌ସ ଆଦି ସାମଗ୍ରୀର ଅଭାବ ପରିଲକ୍ଷିତ ହେଉଥିବା ଡାକ୍ତର ଦର୍ଶାଇଥିଲେ। କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ପ୍ରୋଟେକ୍ଟିଭ୍‌ ଇକ୍ୱିପ୍‌ମେଣ୍ଟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ନ ରହିବା ଦୁଃଖର ବିଷୟ ବୋଲି ରାହୁଲ କହିଛନ୍ତି।
କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ, ରାହୁଲ ଫେବୃୟାରୀ ୧୨ରେ ଏନେଇ ସତର୍କ କରାଇଥିବା ବେଳେ ସରକାର ଏହାକୁ ଖାମ୍‌ଖିଆଲ ଭାବେ ନେଇଥିଲେ। ଭେଣ୍ଟିଲେଟର, ସର୍ଜିକାଲ ମାସ୍କ ଭଳି ଲାଇଫ୍‌ ସେଭିଂ ଇକ୍ୱିପ୍‌ମେଣ୍ଟଗୁଡ଼ିକର ରପ୍ତାନି ଉପରେ କଟକଣା ଲଗାଇବାରେ ବିଳମ୍ବ ଯୋଗୁ ମଧ୍ୟ ରାହୁଲ ସରକାରଙ୍କ ଉପରେ ବର୍ଷିଛନ୍ତି। ପର୍ଯ୍ୟାପ୍ତ ମାସ୍କ ଓ ଭେଣ୍ଟିଲେଟର ମହଜୁଦ ନ ରଖି ବାହାରକୁ ପଠାଯିବାର ମାନେ କ’ଣ ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ଏବେ ଭାରତରେ କରୋନାକୁ ନେଇ ଲୋକେ ଭୟଭୀତ। ସେମାନଙ୍କୁ ମାସ୍କ ମିଳୁନାହିଁ। ଏଭଳି ଷଡ଼ଯନ୍ତ୍ର ପଛରେ କାହାର ହାତ ଅଛି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖି କରୋନା ଲକ୍‌ଡାଉନ୍‌ରେ ପ୍ରଭାବିତ ଅସଙ୍ଗଠିତ ଶ୍ରମିକ, ନିର୍ମାଣ ଶ୍ରମିକ ଆଦିଙ୍କ ଲାଗି ରିଲିଫ୍‌ ଯୋଜନା ଘୋଷଣା କରିବା ଲାଗି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri