ପ୍ରସ୍ତୁତ ରହିବାକୁ ଜିଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ଉପରକୁ ଉଠିଯାଉଛି। ତାତି ଆହୁୁରି କଲବଲ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ଗ୍ରୀଷ୍ମ ପ୍ରବାହର ମୁକାବିଲା କରିବା ପାଇଁ ପ୍ରସ୍‌ୁତି କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମଙ୍ଗଳବାର ଅତିରିକ୍ତ ମୁଖ୍ୟ ଶାସନ ସତିବ ତଥା ଏସ୍‌ଆରସି ପ୍ରଦୀପ କୁମାର ଜେନା ଏ ନେଇ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ କୁହାଯାଇଛ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇଛି। ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଥିବା କୋଭିଡ୍‌-୧୯ ଗାଇଡ୍‌ଲାଇନ ଅନୁଯାୟୀ କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଜଙ୍ଗଲ କ୍ଷେତ୍ର ଏବଂ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌), ମାଲ ପରିବହନ ଆଦି କାର୍ଯ୍ୟକ୍ରମ ଚାଲୁ ରହିବ। ଲୋକମାନଙ୍କୁ ଗ୍ରୀଷ୍ମ ପ୍ରକୋପରୁ ରକ୍ଷା କରିବା ଲାଗି କୋଭିଡ୍‌-୧୯ ସଂକ୍ରମଣ ମୁକାବିଲା କାର୍ଯ୍ୟରୁ କିଛି ସମୟ ବାହାର କରି ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ସମୀକ୍ଷା କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଣୀ ଚିକିତ୍ସାଳୟକୁ ୨୪ ଘଟିଆ ବିଦ୍ୟୁତ୍‌ ଯୋଗାଣ, ପାନୀୟ ଜଳ ବଣ୍ଟନର ସମୀକ୍ଷା ପାଇଁ ଜିଲାସ୍ତରରେ ଏକ ସମନ୍ବୟ ସମିତି ଗଠନ କରିବାକୁ କୁହାଯାଇଛି। ପାନୀୟ ଜଳ ଯୋଗାଣ ସମୟରେ ସାମାଜିକ ଦୂରତ୍ୱକୁ ଯେପରି କଡାକଡି ଭାବେ ପାଳନ କରାଯିବ ସେ ନେଇ ଦୃଷ୍ଟିଦେବାକୁ ପରାମର୍ଶ ଦିଆଯାଇଛି। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପ୍ରାଣୀମାନଙ୍କ ଲାଗି ଜଳ ଯୋଗାଣ ବ୍ୟବସ୍ଥା କରିବା ସହିତ ବନ୍ୟଜନ୍ତୁଙ୍କ ଲାଗି ମଧ୍ୟ ଜଳ ଯୋଗାଣ କରିବାକୁ ଜିଲାପାଳଙ୍କୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri