ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍ ଉପରକୁ ଉଠିଯାଉଛି। ତାତି ଆହୁୁରି କଲବଲ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆରସି)ଙ୍କ କାର୍ଯ୍ୟାଳୟ ଗ୍ରୀଷ୍ମ ପ୍ରବାହର ମୁକାବିଲା କରିବା ପାଇଁ ପ୍ରସ୍ୁତି କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମଙ୍ଗଳବାର ଅତିରିକ୍ତ ମୁଖ୍ୟ ଶାସନ ସତିବ ତଥା ଏସ୍ଆରସି ପ୍ରଦୀପ କୁମାର ଜେନା ଏ ନେଇ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ କୁହାଯାଇଛ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇଛି। ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଥିବା କୋଭିଡ୍-୧୯ ଗାଇଡ୍ଲାଇନ ଅନୁଯାୟୀ କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଜଙ୍ଗଲ କ୍ଷେତ୍ର ଏବଂ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍ଜିଏନ୍ଆରଇଜିଏସ୍), ମାଲ ପରିବହନ ଆଦି କାର୍ଯ୍ୟକ୍ରମ ଚାଲୁ ରହିବ। ଲୋକମାନଙ୍କୁ ଗ୍ରୀଷ୍ମ ପ୍ରକୋପରୁ ରକ୍ଷା କରିବା ଲାଗି କୋଭିଡ୍-୧୯ ସଂକ୍ରମଣ ମୁକାବିଲା କାର୍ଯ୍ୟରୁ କିଛି ସମୟ ବାହାର କରି ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ସମୀକ୍ଷା କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଣୀ ଚିକିତ୍ସାଳୟକୁ ୨୪ ଘଟିଆ ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ବଣ୍ଟନର ସମୀକ୍ଷା ପାଇଁ ଜିଲାସ୍ତରରେ ଏକ ସମନ୍ବୟ ସମିତି ଗଠନ କରିବାକୁ କୁହାଯାଇଛି। ପାନୀୟ ଜଳ ଯୋଗାଣ ସମୟରେ ସାମାଜିକ ଦୂରତ୍ୱକୁ ଯେପରି କଡାକଡି ଭାବେ ପାଳନ କରାଯିବ ସେ ନେଇ ଦୃଷ୍ଟିଦେବାକୁ ପରାମର୍ଶ ଦିଆଯାଇଛି। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପ୍ରାଣୀମାନଙ୍କ ଲାଗି ଜଳ ଯୋଗାଣ ବ୍ୟବସ୍ଥା କରିବା ସହିତ ବନ୍ୟଜନ୍ତୁଙ୍କ ଲାଗି ମଧ୍ୟ ଜଳ ଯୋଗାଣ କରିବାକୁ ଜିଲାପାଳଙ୍କୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତିି।
ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫
ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…
ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…
ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…
ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ
ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…
୨ବର୍ଷିଆ ବି.ଏଡ୍, ଏମ୍.ଏଡ୍. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ
ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍., ଏମ୍.ଏଡ୍. ଏବଂ ବି.ଏଚ୍.ଏଡ୍. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…
ଜନଗଣନା ପରେ ପଞ୍ଚାୟତ ଭୋଟ
ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍ଆଇଆର୍) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…
ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…
କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…
ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…
ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…
ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…
ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…
Archives

