ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ: ଖଣି ଜରିମାନା, ବକେୟା ଟିକସ ଆଦାୟ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି କ୍ରମରେ ବୁଧବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼େଇ କହିଛନ୍ତି ଯେ, ବଜେଟ ଅର୍ଥ ଯୋଗାଡ଼ କରିବା ପାଇଁ ସରକାର ବେଆଇନ ଖଣି ଲିଜ୍‌ଧାରୀଙ୍କଠାରୁ ଜରିମାନା ଅର୍ଥ ଆଦାୟକୁ କଡ଼ାକଡ଼ି କରିବା ଦରକାର। ୬୮ ହଜାର କୋଟି ଜରିମାନା ରାଶିରୁ ମାତ୍ର ୧୭ ହଜାର କୋଟି ଟଙ୍କା ଆଦାୟ କରାଯାଇଛି।
ଏ ଦିଗରେ ସରକାର ଅଧିକ କ୍ରିୟାଶୀଳ ହେବା ଜରୁରୀ। ଏଥିସହିତ ନିଲାମ ଅପେକ୍ଷାରେ ଥିବା ଖଣିଗୁଡିକର ନିଲାମ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଦରକାର। ଦୀର୍ଘଦିନ ଧରି ବାକି ରହିଥିବା ଜଳକର, ବିଦ୍ୟୁତ୍‌ ଶୁଳ୍କ ଏବଂ ଅନ୍ୟାନ୍ୟ ଟିକସ ଆଦାୟ ଉପରେ ସରକାର ଗୁରୁତ୍ୱ ଦେବାକୁ ଘଡ଼େଇ ପରାମର୍ଶ ଦେଇଛନ୍ତି। ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ ପ୍ରସ୍ତୁତି ବୈଠକରେ ଯୋଗଦେଇ ବଜେଟ ପରିଚାଳନା ଏବଂ ଆର୍ଥିକ ଶୃଙ୍ଖଳା ସହ ଟିକସ ଆଦାୟକୁ ତ୍ୱରାନ୍ବିତ କରିବା ପାଇଁ ପରାମର୍ଶ ଦେଇଛନ୍ତି। ବିଦ୍ୟୁତ୍‌ ବିଲ୍‌ ଆଦାୟ ବ୍ୟବସ୍ଥା ପଞ୍ଚାୟତକୁ ହସ୍ତାନ୍ତର କରିବାକୁ ସେ ମତ ଦେଇଛନ୍ତି। ବଜେଟ ପ୍ରସ୍ତୁତ ପୂର୍ବରୁ ୧୫୦୦ ଲୋକ ନିଜର ମତାମତ ଦେଇଛନ୍ତି। ସେହି ମତାମତକୁ ଆଧାର କରି ବଜେଟ ପ୍ରସ୍ତୁତ କରାଯିବ ବୋଲି ଅର୍ଥମନ୍ତ୍ରୀ ପୂଜାରୀ କହିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧.୩୯ ଲକ୍ଷ କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଥିଲେ। ଚଳିତ ବର୍ଷ ଏହା ଦେଢ଼ଲକ୍ଷ କୋଟିକୁ ଟପିଯିବା ନେଇ ଆକଳନ କରାଯାଉଛି। ଆନ୍ତର୍ଜାତିକସ୍ତରରେ ଦେଖାଦେଇଥିବା ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ମଧ୍ୟ ବଜେଟ ଉପରେ ପଡ଼ିବା ସମ୍ଭାବନା ରହିଛି। ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଆଶାନୁରୂପ ହେଉନାହିଁ। ତେବେ ୨୦୧୯ ଡିସେମ୍ବର ସୁଦ୍ଧା ୨୯ ପ୍ରତିଶତ ଅଧିକ ଜିଏସ୍‌ଟି ଆଦାୟ ହୋଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ରାଜ୍ୟରେ ଆର୍ଥିକ ସ୍ଥିତି ଭଲ ରହିଛି। ଖଣି କ୍ଷେତ୍ରରେ ମଧ୍ୟ ଆଶାନୁରୂପ ପ୍ରଗତି ହୋଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଏହି ବୈଠକରେ ଅର୍ଥନୀତି ବିଶାରଦଙ୍କ ସହ ପୂର୍ବତନ ଅର୍ଥମନ୍ତ୍ରୀ, ପ୍ରଶାସନିକ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

PM ମୋଦିଙ୍କୁ ଅଭିଜିତଙ୍କ ଚ୍ୟାଲେଞ୍ଜ! ଆପଣ ଡିଗ୍ରୀ ଦେଖାନ୍ତୁ, ମୁଁ ଦେଖାଇବି…

ଛତ୍ରପତି ସମ୍ଭାଜୀନଗର,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ତାଙ୍କ ଶିକ୍ଷାଗତ ଡିଗ୍ରୀକୁ ସର୍ବସାଧାରଣରେ ଦେଖାନ୍ତି ତେବେ ଆମେରିକାରେ ପଢ଼ିବା ପାଇଁ କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତା…

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri