ପ୍ରାଚୀନ ବୃଷଭ ପ୍ରତିମୂର୍ତ୍ତିକୁ ଫିଙ୍ଗିଦେଲେ

ପୁରୁଣା ଭୁବନେଶ୍ୱର, ୮ା୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଐତିହ୍ୟ ଓ ପୂରାତନ ମନ୍ଦିରଗୁଡ଼ିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ପାଇଁ ସରକାର ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ହେଁ କେତେଜଣଙ୍କ ପାଇଁ କୀର୍ତ୍ତିରାଜି କ୍ରମଶଃ ଧ୍ୱଂସ ହେବାରେ ଲାଗିଛି। ଏଭଳି ଅନେକ ଉଦାହରଣ ଏବେ ଦେଖିବାକୁ ମିଳୁଛି। ମନ୍ଦିର ପରିସରରେ ଜବରଦଖଲ ତ ଆଉ କିଏ ଠାକୁରଙ୍କୁ ଉଠାଇ ବ୍ୟବସାୟ ସ୍ଥଳ କଲେଣି। ଏହି ପରିପ୍ରେକ୍ଷୀରେ ରାଜ୍ୟର ଅନ୍ୟତମ ପ୍ରମୁଖ ଐତିହ୍ୟ ତଥା ଶୈବପୀଠ ଲିଙ୍ଗରାଜ ମନ୍ଦିରରେ ମଙ୍ଗଳବାର ଏକ ସମ୍ବେଦନଶୀଳ ଘଟଣା ନଜରକୁ ଆସିଥିଲଶ। ଗର୍ଭଗୃହ ଆଡ଼କାଠ ନିକଟରେ ଥିବା ପ୍ରଚୀନ ବୃଷଭ ପ୍ରତିମୂର୍ତ୍ତିକୁ ସେଠାରୁ ଉଠାଇ ବାହାରେ ରଖି ଦିଆଯାଇଥିବା ଦେଖିବାକୁ ମିଳିଥିଲା। ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦେଢ ଫୁଟ ଲମ୍ବ ଏକଫୁଟ ଓସାରର ଏହି ପ୍ରଚୀନ ବୃଷଭ ପ୍ରତିମୂର୍ତ୍ତିଟି ଖଣ୍ଡ ଲାଇଟ ପଥରରେ ନିର୍ମାଣ ହୋଇଥିଲା। ବର୍ଷ ବର୍ଷ ଧରି କ୍ଷୀର, କଦଳୀ, ପାଣି ସଂସ୍ପର୍ଶରେ ଆସି ଚଟାଣରେ ଲଗା ଯାଇଥିବା ପେଷ୍ଟ ଅବକ୍ଷୟ ହୋଇଯାଇଥିଲା। ମଙ୍ଗଳବାର ହଠାତ୍‌ ଏଏସଆଇର ବିନା ଅନୁମତିରେ କେହି ସେବାୟତ ବୃଷଭଙ୍କୁ ଟେକି ଆଣି ବାହାରେ ରଖି ଦେଇଥିଲେ। ଏହା ଜଣାପଡ଼ିବା ପରେ ଏଏସଆଇ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ ବିଭିନ୍ନ ବିଭାଗକୁ ଚିଠି ଲେଖାଯାଇଥିଲା। ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ଼, ଶ୍ରୀଲିଙ୍ଗରାଜ ଥାନାକୁ ମଧ୍ୟ ଅବଗତ କରାଯାଇଛି। ଖବର ନେବାରୁ ଜଣାଯାଇଛି ଶ୍ରାବଣ ମାସ ଯୋଗୁ କାଉଡ଼ିଆ ଭକ୍ତଙ୍କ ସେବା ବିଭ୍ରାଟ ନ ହେବା ପାଇଁ ସେଥିପ୍ରତି ଦୃଷ୍ଟି ଦିଆଯାଇ ଆସନ୍ତା ୧୪ ତାରିଖରେ ପୂର୍ବବତ୍‌ ନିର୍ଦ୍ଧାରିତ ସ୍ଥାନରେ ବୃଷଭଙ୍କୁ ସ୍ଥାନୀତ କରାଯିବ ବୋଲି ଏଏସ୍‌ଆଇ ସଂରକ୍ଷଣ ଅଧୀକ୍ଷକ ତୈଲୋକ୍ୟନାଥ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri