ପ୍ରାଚୀ ଉପତ୍ୟକାରେ ରଥଯାତ୍ରା

କାକଟପୁର, ୪।୭(ଡି.ଏନ୍‌.ଏ.)-ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରଠାରୁପଲ୍ଲୀ ଉତ୍ସବମୁଖର ହୋଇପଡ଼ିଛି। ଅସ୍ତରଙ୍ଗ ବ୍ଲକର ବରଡିହି, କଣମଣ, କାକଟପୁର ବ୍ଲକର ଆନନ୍ଦ ବଜାର, ପ୍ରାଚୀ ଉପତ୍ୟକାର ତୁଳସୀପୁର ପ୍ରଭୃତି ଗ୍ରାମରେ ରଥଯାତ୍ରା ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଠାକୁରମାନଙ୍କୁ ରଥାରୁଢ଼ କରି ଗ୍ରାମବାସୀ ଓ ଶ୍ରଦ୍ଧାଳୁ ରଥଟାଣିଥିଲେ। ଠାକୁରମାନେ ଘରଘର ଭୋଗଖାଇ ଶେଷରେ ଗୁଣ୍ଡିଚାମନ୍ଦିର ନିକଟରେ ପହଞ୍ଚତ୍ଥିଲେ। ଶୁକ୍ରବାର ଠାକୁରମାନଙ୍କୁ ରଥରୁ ପହଣ୍ଡିରେ ଗୁଣ୍ଡିଚା ମନ୍ଦିରକୁ ନିଆଯିବ। ଅସ୍ତରଙ୍ଗ ବ୍ଲକର ବନ୍ତିଳୋ ଗ୍ରାମରେ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ଗ୍ରାମବାସୀ ପହଣ୍ଡିକରି ରଥାରୁଢ଼ କରିଥିବାବେଳେ ସେଠାରେ ଶୁକ୍ରବାର ରଥଟଣା ହେବ। ତୁଳସୀପୁର ଗ୍ରାମବାସୀମାନେ ଗଁାଠାରୁ ୪କିମି ଦୂର ପ୍ରାଚୀ ନଦୀକୂଳ ବନ୍ଧେଶ୍ୱର ଗ୍ରାମରେ ପୂଜା ପାଉଥିବା ଶ୍ରୀଗୁରୁଦେବଠାକୁରଙ୍କୁ ପାଲିଙ୍କିରେ ନିଜ ଗ୍ରାମକୁ ଆଣି ରଥାରୁଢ଼ କରିବାପରେ ରଥଟଣା ହୋଇଥିଲା। ରଥଯାତ୍ରା ପାଇଁ ସମଗ୍ର ପ୍ରାଚୀଉପତ୍ୟକା ଉତ୍ସବମୁଖର ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri