Posted inଖେଳ

ପ୍ରମୋଦଙ୍କୁ କ୍ରୀଡ଼ା, ଶ୍ରୀମତୀଙ୍କୁ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

ଭୁବନେଶ୍ୱର, ୨୯।୮(ସ୍ପୋଟର୍‌ସ ବ୍ୟୁରୋ)- ଜାତୀୟ କ୍ରୀଡ଼ା ଦିବସ ତଥା କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ କ୍ରୀଡ଼ା ସାହସିକତା ଓ ସମାଜସେବା ପୁରସ୍କାର ପ୍ରଦାନ କରିଛନ୍ତି। କ୍ରୀଡ଼ା ପାଇଁ ପାରା ବ୍ୟାଡମିଣ୍ଟନ ତାରକା ପ୍ରମୋଦ ଭଗତଙ୍କୁ ଓ ସାହସିକତାରେ ବନ୍ଧୁଙ୍କୁ ଦୁର୍ଘଟଣାରେ ବଞ୍ଚାଇଥିବା ଅନୁଗୋଳର ଛୋଟ ଝିଅ ଶ୍ରୀମତୀ ଭଦ୍ରାଙ୍କୁ ବିଜୁ ପଟ୍ଟନାୟକ  ପୁରସ୍କାର ପ୍ରଦାନ କରାଯାଇଛି। ଉଭୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଓ ମାନପତ୍ର ପ୍ରଦାନ କରାଯାଇଛି। ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ଉପସ୍ଥିତ କ୍ରୀଡ଼ାବିତ୍‌ ଓ କ୍ରୀଡ଼ାପ୍ରେମୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନିଜର ବକ୍ତବ୍ୟ ରଖିଥିଲେ। ରାଜ୍ୟର ପ୍ରତିଭା ସମ୍ପନ୍ନ କ୍ରୀଡ଼ାବତ୍‌ମାନେ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଓ ଏହି ସଫଳତା ଯୁବ କ୍ରୀଡ଼ାବିତ୍‌ ତଥା ପ୍ରତିଭାଙ୍କୁ ଉତ୍ସାହିତ କରିବ ବୋଲି ସେ କହିଛନ୍ତି। ଯୁବ କ୍ରୀଡ଼ାବିତମାନଙ୍କୁ ସମର୍ପିତ ଭାବନା ନେଇ ପ୍ରୟାସ ଜାରି ରଖିବାକୁ ସେ ଆହ୍ବାନ ଦେଇଥିଲେ। କ୍ରୀଡ଼ା ଓ ଯୁବସେବା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ଉତ୍ସବରେ ଯୋଗ ଦେଇ ନିଜର ବ୍ୟକ୍ତବ୍ୟ ରଖିଥିଲେ। ସେ ସଫଳତ କ୍ରୀଡ଼ାବିତ୍‌ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଓ ଏହି କ୍ରୀଡ଼ାବିତ୍‌ମାନେ ରାଜ୍ୟର ଗର୍ବ। ରାଜ୍ୟ ଏବେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱସ୍ତରୀୟ ଇଭେଣ୍ଟଗୁଡିକ ଆୟୋଜନ କରିବା ସହ ରାଜ୍ୟ ଏବେ ସଫଳ କ୍ରୀଡ଼ାବିତ୍‌ ସୃଷ୍ଟି କରିବାରେ ସଫଳ ହୋଇଛି ବୋଲି ସେ କହିଛନ୍ତି। ତୃଣମୂଳସ୍ତରରେ ପ୍ରତିଭା ଚିହ୍ନଟ ଓ ବିକାଶ ପାଇଁ ରାଜ୍ୟ ସରକାର ଚେଷ୍ଟିତ ରହିଛନ୍ତି। କୋଚିଂ, ବୈଷୟିକ ସୁବିଧାସୁଯୋଗ, ଆବଶ୍ୟକୀୟ ଭିତ୍ତିଭୂମୀ ଯୋଗା ଦେବାଲାଗି ସରକାର ପ୍ରୟାସ ଜାରି ରଖିବେ ବୋଲି ସେ କହିଥିଲେ।
୪ଟି ବର୍ଗ ପାଇଁ ଓ ମୋଟ ଉପରେ ୯ଟି ପୁରସ୍କାର ପ୍ରଦାନ କରାଯାଇଥିଲା। କ୍ରୀଡ଼ାରେ ଉତ୍କୃଷ୍ଠତା ପାଇଁ ଜଣାଶୁଣା ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ, କ୍ରୀଡ଼ାରେ ଶ୍ରେଷ୍ଠ ଅବଦାନ, ପ୍ରଚାର ଓ ପ୍ରସାର ପାଇଁ କିଟ୍‌, ସାହସିକତା ପାଇଁ ଅନୁଗୋଳର ସ୍କୁଲ ଛାତ୍ରୀ ଶ୍ରୀମତୀ ଭଦ୍ରାଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି ସମାଜସେବା ପାଇଁ ମଧ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା। ମୋଟ୍‌ ଉପରେ ୯ଟି ପୁରସ୍କାର ପ୍ରଦାନ କରାଯାଇଥିଲା। ସମାଜ ସେବା ପାଇଁ ୬ ଜଣ ବ୍ୟକ୍ତିଙ୍କୁ ସମ୍ମାନିତ କାରଯାଇଥିଲା। ସେମାନେ ହେଲେ ଭଦ୍ରକ ଜିଲାର ରାଧାକାନ୍ତ ତ୍ରିପାଠୀ ଓ ପୁରୀ ଜିଲାର ବଦ୍ରି ମିଶ୍ର, ନୂଆପଡ଼ା ଜିଲାର ମହେନ୍ଦ୍ର କୁମାର ଜୋଶୀ, କୋରାପୁଟ ଜିଲାର କାମାଖ୍ୟା ପ୍ରସାଦ ମାଝି, ବଲାଙ୍ଗୀର ଜିଲାର ରାମ ନାରାୟଣ ଦାଶ ଓ କେନ୍ଦୁଝର ଜିଲାର ଅବଦୁଲ ରହମାନ ଖାଁ। ଏହା ବ୍ୟତୀତ ୨୦୧୮ରେ ସଫଳତା ହାସଲ କରିଥିବା ୧୩୮ଜଣ କ୍ରୀଡ଼ାବିତ୍‌ଙ୍କୁ ଉତ୍ସବ ଅବ୍ୟବହତି ପୂର୍ବରୁ କ୍ରୀଡ଼ାମନ୍ତ୍ରୀ ନଗଦ ଅର୍ଥ ରାଶି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri