ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୮ା୧: ଜଗତ୍‌ସିଂହପୁର ଜିଲାରେ ସୋମବାରଠାରୁ ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ୱାର୍ଡମେମ୍ବର ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଜିଲା ପରିଷଦ ସଭ୍ୟ ପାଇଁ କିଛି ଆସନରେ ଏପର୍ଯ୍ୟନ୍ତ ଦଳୀୟ ନିଷ୍ପତ୍ତି ହୋଇପାରିନାହିଁ। ଫଳରେ ପ୍ରଥମ ଦିନରେ ଜିଲାର କୌଣସି ଜିଲା ପରିଷଦ ସଭ୍ୟ ପଦବୀ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ ହୋଇନାହିଁ। ଅନ୍ୟପଟେ ଜିଲାର ୧୯୮ ସରପଞ୍ଚ ପଦବୀ ମଧ୍ୟରୁ ମାତ୍ର ୩୧ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ଏରସମା, ବାଲିକୁଦା ଓ ନାଉଗଁାରୁ ୨ଜଣ ଲେଖାଏ, ଜଗତ୍‌ସିଂହପୁରରୁ ୩, ତିର୍ତ୍ତୋଲ ୯ ଓ କୁଜଙ୍ଗ ବ୍ଲକର ୧୧ ଜଣ ରହିଛନ୍ତି। ସେହିପରି ରଘୁନାଥପୁର ଓ ବିରିଡ଼ିରୁ ଜଣେ ଲେଖାଏ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଜିଲାର ୧୯୮ ସମିତି ସଭ୍ୟ ପଦବୀ ମଧ୍ୟରୁ ମାତ୍ର ୧୬ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ନାଉଗାଁରୁ ୧, ରଘୁନାଥପୁର ୭, ତିର୍ତ୍ତୋଲରୁ ୪ ଜଣ ଥିବାବେଳେ ଜଗତ୍‌ସିଂହପୁର ଓ କୁଜଙ୍ଗ ବ୍ଲକରୁ ୨ ଜଣ ଲେଖାଏ ରହିଛନ୍ତି। ଜିଲାରେ ମୋଟ ୩୩୬୪ଟି ୱାର୍ଡମେମ୍ବର ପଦବୀ ଥିବାବେଳେ ସେଥିରୁ କେବଳ ୨୨୩ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେଥିମଧ୍ୟରୁ ଏରସମା ବ୍ଲକରୁ ୧୭, ବାଲିକୁଦା ୩୩, ନାଉଗାଁ ୧୦, ଜଗତ୍‌ସିଂହପୁର ୩୨, ରଘୁନାଥପୁର ୩୫, ବିରିଡ଼ି ୨୭, ତିର୍ତ୍ତୋଲ ୩୮ ଓ କୁଜଙ୍ଗ ବ୍ଲକରୁ ୩୧ ଜଣ ରହିଛନ୍ତି। ସୂଚନାଯୋଗ୍ୟ, ଉପରୋକ୍ତ ସମସ୍ତ ପଦବୀ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ୨୧ ତାରିଖ ପର୍ଯ୍ୟନ୍ତ (ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା) ଚାଲିବ। ୨୨ରେ ଯାଞ୍ଚ ପରେ ୨୩ରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ୨୫ରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ଫେବ୍ରୁୟାରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ପ୍ରତ୍ୟହ ସକାଳ ୭ରୁ ଅପରାହ୍ନ ୧ଟା ମଧ୍ୟରେ ବିଭିନ୍ନ ପୋଲିଂ ଷ୍ଟେଶନ୍‌ରେ ମତଦାନ ହେବ। ୨୬ରୁ ୨୮ ତାରିଖ ସକାଳ ୮ରୁ ଆରମ୍ଭ ହୋଇ ଶେଷ ପର୍ଯ୍ୟନ୍ତ ପ୍ରତି ବ୍ଲକ କାର୍ଯ୍ୟାଳୟରେ ଗଣତି କରାଯିବ। ମାର୍ଚ୍ଚ ୪ରେ ନିର୍ବାଚିତ ପ୍ରତିନିଧିଙ୍କ ନାମ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri