ପ୍ରାର୍ଥନା କ୍ଲାସରେ ଆଣ୍ଠେଇଲେ ପିଲା

ବାରିପଦା ଅଫିସ, ୧୩ା୩- ବାରିପଦାରେ ଥିବା ଏକ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର କେତେକ ଛାତ୍ର ପ୍ରାର୍ଥନା କ୍ଲାସରେ ଆଣ୍ଠେଇଥିବା ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ୍‌ ହୋଇଛି। ଭାଇରାଲ ହୋଇଥିବା ଫଟୋରେ ପ୍ରାର୍ଥନା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଆଗରେ ଛିଡ଼ା ହୋଇଥିବା ବେଳେ ତାଙ୍କ ସମ୍ମୁଖରେ ଦୁଇ ଜଣ ଛାତ୍ର ଆଣ୍ଠେଇଥିବା ଦୃଶ୍ୟ ଦେଖିବାକୁ ମିଳୁଛି। ସରକାରୀ ବିଦ୍ୟାଳୟ ଦଣ୍ଡମୁକ୍ତ ଅଞ୍ଚଳ ହୋଇଥିବା ବେଳେ ଛାତ୍ରମାନଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଆଣ୍ଠେଇବା ଭଳି ଦଣ୍ଡ ଦେବା ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି।
ମିଳିଥିବା ସୂଚନା ଅନୁସାରେ ନବମ ଶ୍ରେଣୀରେ ପଢ଼ୁଥିବା କେତେକ ଛାତ୍ର ଦୁଷ୍ଟ ହେବା ସହିତ ବିଦ୍ୟାଳୟରେ ବିଶୃଙ୍ଖଳା ପରିସ୍ଥିତ ସୃଷ୍ଟି କରୁଥିଲେ। କଡ଼ା ତାଗିଦ୍‌ ପରେ ନ ମାନିବାରୁ ସେମାନଙ୍କୁ ଗୁରୁବାର ପ୍ରାର୍ଥନା କ୍ଲାସ ସମୟରେ ଆଣ୍ଠେଇ ଦିଆଯାଇଥିଲା। ଏହା ପରେ ସେମାନଙ୍କୁ କ୍ଲାସରେ ମଧ୍ୟ କାଉନଂସେଲି କରାଯାଇଥିଲା। ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ସେ କୁହନ୍ତି ଯେ, ପିଲାମାନଙ୍କୁ ଦଣ୍ଡ ଦିଆଯାଇ ନ ଥିଲା ସେମାନଙ୍କୁ ଭଲ ବାଟକୁ ଆଣିବା ପାଇଁ ଅନୁଶାସନ କରାଯାଇଥିଲା। ଆକ୍ରୋଶ ମନୋଭାବ ରଖି କେହି ମୋତେ ଓ ବିଦ୍ୟାଳୟର ନାମକୁ ବଦ୍‌ନାମ କରୁଥିବା ପ୍ରଧାନ ଶିକ୍ଷୟିତ୍ରୀ ପ୍ରକାଶ କରିଛନ୍ତି। ସେହିପରି ବିଦ୍ୟାଳୟ ପରିଚାଳନା କମିଟିର ଜଣେ ସଦସ୍ୟା ବିଦ୍ୟାଳୟକୁ ବଦନାମ କରିବା ପାଇଁ ଏଭଳି ଫଟୋ ଉଠାଇ ଭାଇରାଲ୍‌ କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri