ପ୍ରି-ବୋର୍ଡ ପରୀକ୍ଷା ପରେ ଶ୍ରେଣୀରେ ଜଣେ ଛାତ୍ର

ଦାରିଙ୍ଗବାଡ଼ି,୧୪।୧(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମରେ ଥିବା ସୁଜାମାଜୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଥିବା ଦଶମ ଶ୍ରେଣୀ ଛାତ୍ରୀମାନଙ୍କୁ ପ୍ରି-ବୋର୍ଡ ପରୀକ୍ଷା ପରେ ଘରକୁ ପଠାଇ ଦିଆଯାଇଛି। ଦଶମ ଶ୍ରେଣୀରେ ମୋଟ ୯ ଛାତ୍ରୀଛାତ୍ର। ସେମାନଙ୍କ ମଧ୍ୟରୁ ୬ ଜଣ ଛାତ୍ରୀ ହଷ୍ଟେଲରେ ରହୁଥିଲେ। ଅନ୍ୟ ୩ ଜଣ ନିକଟସ୍ଥ ସୁଜାମାଜୁ ଗ୍ରାମରୁ ଏଠାକୁ ପଢ଼ିବାକୁ ଆସୁଥିଲେ। ତେବେ ପ୍ରି- ବୋର୍ଡ ପରୀକ୍ଷା ପରେ ହଷ୍ଟେଲରୁ ଛାତ୍ରୀମାନଙ୍କୁ ଘରକୁ ପଠାଇ ଦିଆଯାଇଛି। ଅନ୍ୟ ୨ ଜଣ ବିଦ୍ୟାଳୟକୁ ଆସୁ ନ ଥିବା ବେଳେ ଜଣେମାତ୍ର ଛାତ୍ର ପାନୁଏଲ୍‌ ପ୍ରଧାନ ଆସି ପାଠ ପଢ଼ୁଛନ୍ତି। ପିଲାଙ୍କୁ ହଷ୍ଟେଲରୁ ଛାଡ଼ି ଦିଆଯାଇଥିବା ସମ୍ପର୍କରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନଙ୍କୁ କେତେଜଣ ଅଭିଭାବକ ଅଭିଯୋଗ କରିଥିଲେ। ଜନଜାତି ଛାତ୍ରୀଙ୍କ ପାଇଁ ଆସୁଥିବା ଭତ୍ତା ଟଙ୍କାକୁ ହଡ଼ପ କରିବା ନିମନ୍ତେ ହଷ୍ଟେଲରୁ ପିଲାଙ୍କୁ ଛାଡ଼ି ଦିଆଯାଇଛି। ତେଣୁ ପ୍ରଧାନ ଶିକ୍ଷକଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ବିଧାୟକ ନିର୍ଦ୍ଦେଶ ଦେଇଛନ୍ତି। ଶୀଘ୍ର ସମସ୍ୟା ସମାଧାନ କରିବା ନିମନ୍ତେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରହ୍ମାନନ୍ଦ ରାଉତ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବୁରୁମାଝି ପଡ୍ରା ଏବଂ ଜିଲା ମଙ୍ଗଳ ଅଧିକାରୀଙ୍କୁ ବିଧାୟକ କହିଛନ୍ତି।
ଅନ୍ୟପକ୍ଷରେ ଅଭିଯୋଗକୁ ଉକ୍ତ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଉତ୍କଳ କେଶରୀ ବିବାର ଏବଂ ହଷ୍ଟେଲ ଦାୟିତ୍ୱରେ ଥିବା ମ୍ୟାଟ୍ରନ ରହିମା ପ୍ରଧାନ ଖଣ୍ଡନ କରିଛନ୍ତି। ସେମାନେ କହିଛନ୍ତି, ଦଶମ ଶ୍ରେଣୀ ପିଲାଙ୍କୁ ପାଠ ପଢ଼ାଇବାକୁ ଶିକ୍ଷକ ଅଭାବ। ପ୍ରାଥମିକ ଶିକ୍ଷକ ଏବଂ ସିମନବାଡ଼ି ଉଚ୍ଚ ବିଦ୍ୟାଳୟରୁ ଜଣେ ଶିକ୍ଷକ ସପ୍ତାହକୁ ୨ ଦିନ ଏଠାକୁ ଆସି ପିଲାଙ୍କୁ ପଢ଼ାଇଲେ। ହେଲେ ପରୀକ୍ଷାରେ ଭଲ ରେଜଲ୍ଟ ପାଇଁ ପିଲାଙ୍କୁ ବାହାରେ ଟିଉଶନ କରାଇବେ ବୋଲି ଛାତ୍ରୀଙ୍କ ଅଭିଭାବକମାନେ ବିଦ୍ୟାଳୟରେ ଲିଖିତ ଭାବେ ଜଣାଇ ନିଜ ନିଜ ପିଲାଙ୍କୁ ନେଇଛନ୍ତି। ସେ କଣସି ଜାତି କିମ୍ବା ଧର୍ମ ବିରୋଧୀ କାର୍ଯ୍ୟ କରୁନାହାନ୍ତି ବୋଲି ପ୍ରଧାନ ଶିକ୍ଷକ ବିବାର କହିଛନ୍ତି। ଯଦି ଅଭିଯୋଗ ହେଉଛି, ତେବେ ପୁଣି ଅଭିଭାବକଙ୍କୁ ଡକାଇ ଛାତ୍ରୀମାନଙ୍କୁ ବିଦ୍ୟାଳୟକୁ ଫେରାଇ ଆଣିବାକୁ ଉଦ୍ୟମ କରିବେ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ସୁଜାମାଜୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଶୀ ପର୍ଯ୍ୟନ୍ତ ମୋଟ ୧୯୩ ଜଣ ଛାତ୍ରୀଛାତ୍ର ପଢ଼ୁଛନ୍ତି। ସେମାନଙ୍କ ମଧ୍ୟରୁ ତୃତୀୟରୁ ଦଶମ ପର୍ଯ୍ୟନ୍ତ ୧୦୦ ଛାତ୍ରୀ ହଷ୍ଟେଲରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri