ପ୍ରେମିକଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ

ଭାପୁର, ୧୧।୮(ଡି.ଏନ୍‌.ଏ.) – ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଅଧୀନ ଜରିପାଳ ଛକରୁ ଜଣେ ଅସହାୟ ଯୁବତୀ (୧୮ବର୍ଷ)ଙ୍କୁ ଶନିବାର ପୋଲିସ ଉଦ୍ଧାର କରିଛି। ସମ୍ପୃକ୍ତ ଯୁବତୀ ଜଣକ ପ୍ରେମିକଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିବା କହିଛନ୍ତି। ଏ ନେଇ ଥାନାରେ ମାମଲା ରୁଜୁ ହୋଇଛି। ଖବର ଲେଖାଯିବା ସୁଦ୍ଧା ଅଭିଯୁକ୍ତ ଫେରାର ଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି। ଯୁବତୀ ଜଣକ ଇତଃସ୍ତତଃ ଭାବେ ବୁଲୁଥିବା ଦେଖି ଗ୍ରାମବାସୀଙ୍କ ସନ୍ଦେହ ହୋଇଥିଲା। ଏ ନେଇ ସେମାନେ ପୋଲିସକୁ ସୂଚନା ଦେଇଥିଲେ। ପ୍ରଥମେ ଯୁବତୀଜଣକ ନିଜକୁ ତିଗିରିଆ ଅଞ୍ଚଳର ବାସିନ୍ଦା ବୋଲି ପରିଚୟ ଦେଇଥିଲେ। ଘରୁ ରାଗି ପଳାଇ ଆସିଥିବାରୁ ଘର ଲୋକେ ତାଙ୍କୁ ଗ୍ରହଣ କରୁ ନ ଥିବା କହିଥିଲେ। ଏହାକୁ ନେଇ ସନ୍ଦେହ ଉପୁଜିଥିଲା। ପୋଲିସଠାରୁ ସୂଚନା ପାଇ ପୂର୍ବାହ୍ନ ୯ଟାରେ ଘର ଲୋକେ ପହଞ୍ଚତ୍ବା ପରେ ପ୍ରକୃତ କଥା ପଦାକୁ ଆସିଥିଲା। ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ଯୁବତୀଙ୍କ ସହ କଦଳୀପାଳ ଗ୍ରାମର ଦୁଷ୍ମନ୍ତ ନାଏକଙ୍କ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ୨୦୧୬ରେ ସେ ଘର ଛାଡ଼ି ତାଙ୍କ ସହ ପଳାଇ ଆସିଥିଲେ। ହେଲେ ନାବାଳିକା ହୋଇଥିବାରୁ ଉକ୍ତ ସମୟରେ ମୁନିଗୁଡ଼ା ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତ ଯୁବକ ଗିରଫ ହୋଇଥିଲେ। ଏହାପରେ ନାବାଳିକା ସ୍ବଧାର ଗୃହରେ ରହୁଥିଲେ। ଦୁଷ୍ମନ୍ତ ଜେଲରୁ ଫେରିବା ପରେ ୭ମାସ ହେଲା ଉଭୟେ କଳଦୀପାଳ ଗ୍ରାମରେ ରହୁଥିଲେ। ଶୁକ୍ରବାର ରାତିରେ ଯୁବକ ଜଣକ ମାଡ଼ ମାରିବାରୁ ଯୁବତୀଜଣକ ଭୟରେ ଘରୁ ପଳାଇ ଆସି ରାତିସାରା ଏକ ବୁଦାମୂଳେ ଲୁଚି ରହିଥିଲେ। ସକାଳୁ ଜରିପାଳ ଛକରେ ଅସହାୟ ଅବସ୍ଥାରେ ବୁଲୁଥିବାବେଳେ ଅଞ୍ଚଳବାସୀଙ୍କଠାରୁ ସୂଚନା ପାଇ ପୋଲିସ ତାଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କ ଜିମା ଦେଇଥିଲା। ରାସୋଳ ଥାନା ଅଞ୍ଚଳରେ ଘଟଣା ଘଟିଥିବାରୁ ଯୁବତୀ ଜଣକ ସେଠାକାର ପୋଲିସ ନିକଟରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri