ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖି ଗର୍ଭବତୀ କରିବା ପରେ ଡେରଜାଙ୍ଗ ଅଞ୍ଚଳର ପ୍ରେମିକ ସୁବାସ ବେହେରା ଫେରାର ହୋଇଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏପରି କି କେତେଜଣ ଦୁର୍ବୃତ୍ତଙ୍କୁ ପଠାଇ ତାଙ୍କ ପରିବାରକୁ ହତ୍ୟା ଧମକ ଦେଉଥିବା ସମ୍ପୃକ୍ତା ପ୍ରେମିକା ଅଭିଯୋଗରେ ଦର୍ଶାଇଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ନଂ. ୧୨୮/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ଯୁବତୀ ଜଣକ ଅଭିଯୋଗରେ ଉଲ୍ଲେଖ କରିଛନ୍ତି ଯେ, ଡେରଜାଙ୍ଗ ଅଞ୍ଚଳର ସୁବାସଙ୍କ ସହ ତାଙ୍କର ୩ ବର୍ଷ ହେବ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ବିବାହ ପ୍ରତିଶ୍ରୁତି ଦେଇ ସୁବାସ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ଉଦ୍ୟମ କରିଥିଲେ। ମନା କରିବା ପରେ ମାନସିକ ନିର୍ଯାତନା ଦେଇଥିଲେ। ନିକଟରେ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। କିନ୍ତୁ ଏବେ ୫ ମାସର ଗର୍ଭବତୀ କଥା ଜାଣିବା ପରେ ସୁବାସ ବିବାହ କରିବେ ନାହିଁ ବୋଲି କହି ଫେରାର ହୋଇଯାଇଛନ୍ତି। ଦୁଇ ଦିନ ତଳେ ଗାଁରେ ସଭା ବସିଥିଲା। ଏଥିରେ ସୁବାସ ଓ ତାଙ୍କ ବାପାଙ୍କୁ ଡକାଯାଇଥିଲା। କିନ୍ତୁ କେହି ଆସି ନ ଥିଲେ। ପରେ ସୁବାସ ୩ ଜଣ ଦୁର୍ବୃତ୍ତଙ୍କୁ ଘରକୁ ପଠାଇ ଗର୍ଭପାତ କରାଇବାକୁ ୫୦ ହଜାର ଟଙ୍କା ଯାଚିଥିଲେ। ଏହାପରେ ପରିବାର ଲୋକଙ୍କୁ ହତ୍ୟା ଧମକ ଦେଇଥିବା ଯୁବତୀ ଜଣଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ବୋଲି ଥାନା ଅଧିକାରୀ ବିନ୍ଦୁ ବାସିନୀ ବିଶ୍ୱାଳ ସୂଚନା ଦେଇଛନ୍ତି।
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ
ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…
ଜଙ୍ଗଲରେ ଭୋଜି ମନା
ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…
ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍ ପଛରେ ପିଟିହେଲା କାର୍, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…
ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…
ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ
ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…
Archives

