ପ୍ରେମ ପାଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ୍‌ ସୁନ୍ଦର ଅଭିନୟ ଯୋଗୁ ବଲିଉଡ୍‌ରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି। ଏଥିପାଇଁ ଜାତୀୟ ପୁରସ୍କାର ପାଇଥିବା ରବୀନାଙ୍କର ଆଜି ଅର୍ଥାତ୍‌ ଶନିବାର ଜନ୍ମଦିନ। ୨୬ ଅକ୍ଟୋବର ୧୯୭୪ରେ ଜନ୍ମଗ୍ରହଣ କରିଥିବା ସମ୍ପୃକ୍ତା ଅଭିନେତ୍ରୀ ବଲିଉଡ୍‌ରେ ୨୭ ବର୍ଷରୁ ଊର୍ଦ୍ଧ୍ୱ ହେବ କାମ କରିସାରିଛନ୍ତି।
ସମୟ ଥିଲା, ରବୀନାଙ୍କ ନାମ ଅଜୟ ଦେବଗନ୍‌ଙ୍କ ସହ ଯୋଡା ଯାଉଥିଲା। ଏପରି କି ସେ ଅଜୟଙ୍କ ପାଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିବା ଶୁଣିବାକୁ ମିଳିଥିଲା। କୁହାଯାଏ, ଅଜୟ ଏବଂ ରବୀନା ‘ଦିଲ୍‌ଓ୍ବାଲେ’ରେ କାମ କରିବା ସମୟରେ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ମାତ୍ର ପରେ ଅଜୟ ରବୀନାଙ୍କୁ ଛାଡ଼ି କରିସ୍ମାଙ୍କ ପ୍ରେମରେ ପଡ଼ିଥିଲେ। ଏ ନେଇ ରବୀନା ଡିପ୍ରେସନ୍‌ରେ ଚାଲି ଯାଇଥିଲେ। ତେଣୁ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ମାତ୍ର ଏ ଖବରକୁ ଅଜୟ ଖଣ୍ଡନ କରିଥିଲେ। ରବୀନାଙ୍କ ଆତ୍ମହତ୍ୟା ପଦକ୍ଷେପ କେବଳ ପବ୍ଲିସିଟି ପାଇଁ। ଲୋଇମ୍‌ଲାଇଟ୍‌କୁ ଆସିବା ପାଇଁ ସେ ଏପରି କରିଥିବା ଏକ ସାକ୍ଷାତ୍‌କାରରେ ଅଜୟ କହିଥିଲେ। ଆହୁରି ମଧ୍ୟ ସେ କହିଥିଲେ ଯେ, ରବୀନା ନା ତାଙ୍କର ବନ୍ଧୁଥିଲେ ନା ସେ କେବେ ତାଙ୍କୁ ଭଲ ପାଇଛନ୍ତି। ଏହି ସମୟରେ ରବୀନାଙ୍କୁ ଫିଲ୍ମ ‘ମୋହରା’ରେ ଅକ୍ଷୟ କୁମାରଙ୍କ ସହ କାମ କରିବାର ସୁଯୋଗ ମିଳିଲା। ଏଣୁ ସେ ଅକ୍ଷୟଙ୍କ ପ୍ରେମରେ ପଡ଼ିଥିଲେ। ଏହା ପରେ ସେ ଅଜୟଙ୍କୁ ଭୁଲି ଯାଇଥିଲେ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri