Posted inଜାତୀୟ

ପ୍ରେମ ବିବାହକୁ ନା, ଦ୍ୱିତୀୟ ବିବାହକୁ ମିଳିବ ପ୍ରୋତ୍ସାହନ: କର୍ନାଟକ ସରକାର

ବେଙ୍ଗାଲୁରୁ,୨।୧୧: ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱାଧିନ କର୍ନାଟକ ସରକାର ଏବେ ସାମୁହିକ ବିବାହର ଆୟୋଜନ କରିବାକୁ ଯାଉଛନ୍ତି। ଏହା ବର୍ଷକୁ ୨ ଥର ଆୟୋଜନ କରାଯିବ। ହେଲେ ଯେଉଁମାନେ ପ୍ରେମ ବିବାହ କରିବାକୁ ଚାହୁଁଛନ୍ତି ସେମାନଙ୍କୁ ଏଥିରେ ଗ୍ରହଣ କରାଯିବ ନାହିଁ । ସରକାର ଏଥିପାଇଁ କେବଳ ଗରିବ ପୁଅଝିଅଙ୍କୁ ବାଛିବେ ବୋଲି ଜଣାପଡିଛି। ରାଜ୍ୟ ସରକାରଙ୍କ ଗାଇଡ୍‌ ଲାଇନ୍‌ ଅନୁଯାୟୀ, ଏହି ବିବାହରେ ଉଭୟ ପରିବାରର ଅଭିଭାବକମାନେ ଯୋଗ ଦେଇପାରିବେ। ଏହି ସାମୁହିକ ବିବାହ ଆସନ୍ତା ବର୍ଷ ଏପ୍ରିଲ ୨୬ ଓ ମେ୨୪ରେ ଅନୁଷ୍ଠିତ ହେବ। ମୁଜରାଇ ବିଭାଗ ଅଧିନରେ ଆସୁଥିବା ମନ୍ଦିର ଗୁଡିକରେ ଏହି ବିବାହ କରାଯିବ। ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଗରିବ ପରିବାରର ପିଲାଙ୍କୁ ସାହାଯ୍ୟ ପ୍ରଦାନ କରିବା। ଏଥିରେ ସରକାରଙ୍କ ତରଫରୁ ବିବାହ କରିବାକୁ ଯାଉଥିବା କନ୍ୟାଙ୍କୁ ୪୦ ହଜାର ଟଙ୍କାର ଏକ ମଙ୍ଗଳସୂତ୍ର ଓ ୫ ହଜାର ଟଙ୍କା ପ୍ରଦାନ କରାଯିବ। କେବଳ ସେତିକି ନୁହେଁ ବିବାହ ପରେ କନ୍ୟା ହାତରେ ଆଉ ୧୦ ହଜାର ଟଙ୍କା ମଧ୍ୟ ଦିଆଯିବ। ୯୦-୧୦୦ଟି ମନ୍ଦିରରେ ପ୍ରାୟ ୧ହଜାର ଏଭଳି ବିବାହ କରାଯିବ ବୋଲି ସୂଚନା ରହିଛି। ଏମିତି ବିବାହକୁ ଅପେକ୍ଷା କରିଥିବା ଝିଅପୁଅ ୩୦ ଦିନ ଆଗରୁ ସେମାନଙ୍କ ନାମ ପଞ୍ଜିକରଣ କରିବେ। ଯାହାକୁ ନେଇ ଏକ ତାଲିକା ପ୍ରସ୍ତୁତ କରାଯିବ। ଯେଉଁମାନେ ଦ୍ୱିତୀୟ ବିବାହ କରିବାକୁ ଯାଉଥିବେ ସେମାନଙ୍କୁ ମଧ୍ୟ ଏହି ସୁବିଧା ମିଳିବ ବୋଲି କର୍ନାଟକ ସରକାର କହିଛନ୍ତି। ତେବେ ଦ୍ୱିତୀୟ ବିବାହରେ ବୟସସୀମାକୁ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?