ପ୍ରେମ ବିବାହକୁ ନେଇ ଗଣ୍ଡଗୋଳ: ପୋଲିସକୁ ଆକ୍ରମଣ

ବାଲେଶ୍ୱର ଅଫିସ, ୨୪।୩: ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅନ୍ତର୍ଗତ ଶଗଡ଼ା ସାହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୫ଜଣ ଗୁରୁତର ହୋଇଛନ୍ତି। ଉଦ୍ଧାର କରିବାକୁ ଯାଇଥିବା ପୋଲିସ କର୍ମଚାରୀ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହାନ୍ତି।
ପ୍ରକାଶ ଯେ, କମର୍ଦ୍ଦା ଥାନା ଅନ୍ତର୍ଗତ ଶଗଡ଼ା ସାହି ଗ୍ରାମର ଭଗଶଙ୍କର ପ୍ରଧାନ ପଡ଼ୋଶୀ ଗ୍ରାମର ଦାସ ଘର ଝିଅକୁ ପ୍ରେମ ବିବାହ କରିଥିଲେ। ଏହା ପରଠାରୁ ଉଭୟ ପରିବାର ମଧ୍ୟରେ ଗଣ୍ଡଗୋଳ ଲାଗି ରହିଥିଲା। ସୋମବାର ରାତିରେ ଉଭୟ ପରିବାର ମଧ୍ୟରେ ପାଟିତୁଣ୍ଡ ଓ ମାର୍‌ପିଟ ହୋଇଥିଲା। ଏଥିରେ ଉଭୟ ପରିବାରର ୫ ଗୁରୁତର ହୋଇ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ କମର୍ଦ୍ଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲା। ଦମ୍ପତିଙ୍କୁ ଉଦ୍ଧାର କରିବାକୁ ଯାଇ ଥାନା ଏଏସ୍‌ଆଇ ଭକ୍ତହରି ପଟ୍ଟନାୟକ ଓ ହୋମଗାର୍ଡ ଗଣେଶ ଚନ୍ଦ୍ର ପ୍ରଧାନ ଆକ୍ରମଣର ଶିକାର ହୋଇଛନ୍ତି। ଉଭୟଙ୍କ ମୁଣ୍ଡ ଫାଟିଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ଥାନାରେ ଦୁଇଟି ଲିଖିତ ଅଭିଯୋଗ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri