ପ୍ଲାଷ୍ଟିକରୁ ପ୍ରସ୍ତୁତ ହେଉଛି କାଠ

ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ଏବେ ସାରା ପୃଥିବୀକୁ ଏକ ପ୍ରକାର ଅଡୁଆରେ ପକାଇ ଦେଇଛି। ତେଣୁ ଅନେକ ଦେଶ ପ୍ଲାଷ୍ଟିକ ବ୍ୟବହାର ଉପରେ ନିଷେଧାଜ୍ଞା ଜାରି କରିଛନ୍ତି। ହେଲେ କାନାଡା ଏହି ପ୍ଲାଷ୍ଟିକକୁ ପୁନଃବ୍ୟବହାର ଉପଯୋଗୀ କରିପାରିଛି। ସୂଚନା ଅନୁଯାୟୀ, କାନାଡାର ଏକ କମ୍ପାନୀ ଏହି କାମ କରିଛି। ନୋଭା ସ୍କୋଟିଆ ଅଞ୍ଚଳର ହାଲିଫାକ୍ସରେ ପ୍ରାୟ ୮୦ ପ୍ରତିଶତ ପ୍ଲାଷ୍ଟିକୁ ରିସାକ୍ଲି କରିଛି ଏକ କମ୍ପାନୀ। ଗୁଡଉଡ୍‌ ନାମକ ଏହି କମ୍ପାନୀ ଏବେ ପ୍ଲାଷ୍ଟିକୁ କାଠଭଳି ରୂପ ଦେଉଛି। ଯାହାର ବ୍ୟବହାର କୋଠା ନିର୍ମାଣରେ ବ୍ୟବହାର କରାଯାଉଛି। କାଠଭଳି ଏଥିରେ ଡ୍ରିଲ୍‌ କରିହେଉଥିବା କୁହାଯାଉଛି। ହାଲିଫାକ୍ସର ରାଜନେତା କମ୍ପାନୀର ଏହି କାମରେ ଖୁସି ବ୍ୟକ୍ତ କରିଛନ୍ତି। ଏହା କେବଳ ଯେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁର ପରିମାଣକୁ କମ୍‌ କରୁଛି ତା’ନୁହେଁ ବରଂ ଗଛ କାଟିକାବୁ ମଧ୍ୟ କମ୍‌ କରିପାରିଛି ବୋଲି ସ୍ଥାନୀୟ ରାଜନେତା କହିଛନ୍ତି। ଗତବର୍ଷ ଡିସେମ୍ବରରେ ଏହି କମ୍ପାନୀ ନିଜର ନାଁ ଗୁଡଉଡ୍‌ ରଖିଛି। ଏହି କମ୍ପାନୀ ସୋବୋ ଗ୍ରୋସରୀ ଷ୍ଟୋର ସହ ମିଶି ଏମିତି ଏକ ପାର୍କିଂ ଏରିଆ ପ୍ରସ୍ତୁତ କରିଥିଲା ଯାହା ସମ୍ପୂର୍ଣ୍ଣ ଭାବେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁରେ ନିର୍ମାଣ କରାଯାଇଥିଲା। କମ୍ପାନୀର ଅଧ୍ୟକ୍ଷ ମାଇକ ଚୌସି କୁହନ୍ତି ପ୍ଲାଷ୍ଟିକ ବର୍ଜ୍ୟବସ୍ତୁକୁ ସମ୍ପୂର୍ଣ୍ଣ ରୂପେ ନଷ୍ଟ କରାଯାଇ ପାରିବ ନାହିଁ। ହେଲେ ଏଥିରେ ପାର୍କର ବେଞ୍ଚ, ପିକନିକ ଟେବୁଲ ଭଳି କିଛି ଜିନିଷ ପ୍ରସ୍ତୁତ କରି କିଛିଦିନ ପର୍ଯ୍ୟନ୍ତ ବ୍ୟବହାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri