ପ୍ଲାଷ୍ଟିକ ନୁହେଁ ଫଳ ଖୋଳରେ ଦେଉଛନ୍ତି ଜୁସ୍‌

ବେଙ୍ଗାଲୁରୁ,୬।୨: କର୍ନାଟକର ଜଣେ ଜୁସ୍‌ ଦୋକାନୀ ଏବେ ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ସମସ୍ତଙ୍କର ପ୍ରଶଂସାର ପାତ୍ର ହୋଇଛନ୍ତି। ସେ ଏବେ ପ୍ଲାଷ୍ଟିକ ନୁହେଁ ଫଳ ଖୋଳରେ ଜୁସ୍‌ ଦେଇ ସମସ୍ତଙ୍କ ମନ ଜିତିଥିବା କୁହାଯାଉଛି। ଏଏନ୍‌ଆଇର ସୂଚନା ଅନୁଯାୟୀ, ବେଙ୍ଗାଲୁରୁର ମାଲେଶ୍ୱରମରେ ‘ଇଟ୍‌ ରାଜା’ ନାମକ ଏକ ଜୁସ୍‌ ଦୋକାନ ରହିଛି। ଏହି ଦୋକାନରେ ଗ୍ରାହକଙ୍କୁ ପ୍ଲାଷ୍ଟିକ ଗ୍ଲାସ ବଦଳରେ ଫଳର ଖୋଳରେ ଜୁସ୍‌ ଦିଆଯାଉଛି। ଗ୍ରାହକମାନେ କୁହନ୍ତି ସୋସିଆଲ ମିଡିଆରେ ଏହି ଦୋକାନ ସମ୍ପର୍କରେ ସୂଚନା ମିଳିବା ପରେ ସେମାନେ ଏଠି ଆସି ଜୁସ୍‌ ପିଉଛନ୍ତି। ଏହା ସ୍ବାସ୍ଥ୍ୟ ପାଇଁ ଭଲ ହୋଇଥିବା ବେଳେ ଜୁସ୍‌ ପିଇ ସାରିବା ପରେ ଫଳର ଖୋଳକୁ ଗାଈବଳଦଙ୍କୁ ମଧ୍ୟ ଖାଇବାକୁ ଦିଆଯାଇ ପାରିବ ବୋଲି ସେମାନେ ମତ ଦିଅନ୍ତି। ବଡ ବଡ ତରଭୁଜ, ବେଲ, ନଡିଆ ଆଦି ଖୋଳରେ ଦୋକାନୀ ଜଣଙ୍କ ଜୁସ୍‌ ଦେଉଥିବା କୁହାଯାଏ। ସୂଚନାଯୋଗ୍ୟ, ଏବେ ପ୍ଲାଷ୍ଟିକ ଯୋଗୁ ସାରା ବିଶ୍ୱରେ ପ୍ରଦୂଷଣର ମାତ୍ରା ବଢି ଚାଲିଥିବା ବେଳେ ଏହାକୁ ଯେ କୌଣସି ଉପାୟରେ ନାଁ କହିବାର ସମୟ ଆସିଛି। କାରଣ ଏହା ଶହ ଶହ ବର୍ଷ ଧରି ମାଟିରେ ମିଶୁ ନ ଥିବା ବେଳେ ଏହା ଜଳ, ସ୍ଥଳ ସବୁଠି ଅଡୁଆ ବଢାଇବାରେ ଲାଗିଛି। ତେଣୁ ଉକ୍ତ ଫଳ ଦୋକାନୀଙ୍କ ପ୍ରୟାସ ଯୋଗୁ ତାଙ୍କ ଦୋକାନରେ ବର୍ଜ୍ୟବସ୍ତୁ ବାହାରୁ ନାହିଁ କହିଲେ ଚଳେ। କାରଣ ସେ ପ୍ଲାଷ୍ଟିକର ବ୍ୟବହାର କରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?