ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ

ପୁରୀ ଅଫିସ, ୨ା୧୦:ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ପୁରୀ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ଜିଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ସର୍ବୋଦୟ ମେଳା କମିଟି ପକ୍ଷରୁ ସର୍ବଧର୍ମ ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା। ବିଭିନ୍ନ ମହାବିଦ୍ୟାଳୟ ଓ ବିଦ୍ୟାଳୟ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ, ଅଭିଭାବକ, ବୁଦ୍ଧିଜୀବୀ ପ୍ରମୁଖ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ ନେଇଥିଲେ। ଏହି ଅବସରରେ ପ୍ଲାଷ୍ଟିକ ବର୍ଜନ ସଚେତନତା ବାର୍ତ୍ତା ଦେଇ ଏକ ଶୋଭାଯାତ୍ରା ସିଂହଦ୍ୱାରଠାରୁ ବାହାରି ଗାନ୍ଧୀ ଘାଟଠାରେ ପହଞ୍ଚତ୍ଥିଲା। ପ୍ଲାଷ୍ଟିକ ମୁକ୍ତ ସ୍ବଚ୍ଛ ପୁରୀ ଗଠନରେ ସହାୟ ହେବା ପାଇଁ ଜିଲାପାଳ ପରାମର୍ଶ ଦେଇଥିଲେ। ପ୍ରତ୍ୟୁଷରେ ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସହରରେ ରାମଧୂନ ପରିବେଷଣ କରାଯାଇଥିଲା। ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଆୟୋଜିତ ଓଡ଼ିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri