ଫଟୋଗ୍ରାଫରଙ୍କୁ ଦେଖି କାହିଁକି ଦୌଡ଼ିଲେ ଖିଲାଡ଼ି ବୟ

ମୁମ୍ବାଇ: ବଲିଉଡ୍‌ ଆକ୍ସନ ମାଷ୍ଟର ଅକ୍ଷୟ କୁମାର ପ୍ରାୟ ସମୟରେ ବିନ୍ଦାସ ମୁଡ୍‌ରେ ନଜରକୁ ଆସିଥାନ୍ତି। ଶୁଟିଂ ସେଟ୍‌ରୁ ଟିକେ ସମୟ ମିଳିଲେ ସେ ନିଜ କୋ-ଷ୍ଟାରଙ୍କ ସହ ବିଭିନ୍ନ ପ୍ରକାରର ମଉଜମସ୍ତି କରୁଥିବା ଦେଖିବାକୁ ମିଳିଥାଏ। ସବୁଥର ନିଜ କାର୍ଯ୍ୟ ପାଇଁ ସମସ୍ତଙ୍କୁ ଚକିତ କରିଦେଉଥିବା ଅକ୍ଷୟ ଏଥର ଫଟୋଗ୍ରାଫରଙ୍କୁ ମଧ୍ୟ ବାଦ୍‌ ଦେଇନାହାନ୍ତି। ତାଙ୍କର ଏକ କାର୍ଯ୍ୟ ଫଟୋଗ୍ରାଫରଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଛି। ଖିଲାଡି ବୟଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଥିରେ ଫଟୋଗ୍ରାଫରଙ୍କୁ ଦେଖି ସେ ଦୌଡୁଥିବା ନଜରକୁ ଆସିଛନ୍ତି। ସୂଚନା ମୁତାବକ, ଅକ୍ଷୟ ମାଧ ଆଇସ୍‌ଲାଣ୍ଡରୁ ଶୁଟିଂ କରି ଫେରୁଥିଲେ। ସେହି ସମୟରେ ଫଟୋଗ୍ରାଫର ତାଙ୍କୁ ଘେରି ଯାଇଥିଲେ। କିଛି ସମୟ ଚାଲି ଚାଲି ଯାଉଥିବା ବେଳେ ହଠାତ୍‌ ସେ ଦୌଡିବାକୁ ଲାଗିଲେ। ଏହାକୁ ଦେଖି ସେଠାରେ ଉପସ୍ଥିତ ଥିବା ସମସ୍ତ ବ୍ୟକ୍ତି ଚକିତ ହୋଇପଡ଼ିଥିଲେ। କିନ୍ତୁ ଯେତେବେଳେ ଅକ୍ଷୟ ଗୋଟିଏ ସ୍ଥାନରେ ଅଟକି ଯାଇଥିଲେ, ସେତେବେଳେ ସମସ୍ତେ ହସିବାକୁ ଲାଗିଥିଲେ। ତେବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଅକ୍ଷୟଙ୍କ ଏହି ପ୍ରାଙ୍କ୍‌କୁ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି। ଅକ୍ଷୟଙ୍କ କାର୍ଯ୍ୟ କଥା କହିବାକୁ ଗଲେ ଚଳିତବର୍ଷ ରୋହିତ ସେଟ୍ଟୀଙ୍କ ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ତାଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri