ଫଟୋରେ ପ୍ରାକୃତିକ ସୌନ୍ଦର୍ଯ୍ୟର ପ୍ରତିଫଳନ

ଭୁବନେଶ୍ୱର,୧୯।୧(ବ୍ୟୁରୋ)-ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ସଂଯୋଗସ୍ଥଳର ନୈସର୍ଗିକ ଶୋଭାକୁ ନେଇ ଫଟୋଗ୍ରାଫର ସ୍ବାତୀ ମହାପାତ୍ରଙ୍କ ଏକ ଫଟୋଗ୍ରାଫି ପ୍ରଦର୍ଶନୀ ଶନିବାର ଲଳିତକଳା ଏକାଡେମୀ ପରିସରରେ ଉଦ୍‌ଘାଟିତ ହୋଇଛି। ଯୁବା ଶିଳ୍ପୋଦ୍ୟୋଗୀ ତଥା ଫଟୋଗ୍ରାଫିରେ ନିଜସ୍ବ ପରିଚୟ ସୃଷ୍ଟି କରିପାରିଥିବା ସ୍ବାତୀ ତାଙ୍କର ଭ୍ରମଣ ସମୟରେ କ୍ୟାମେରା ଲେନ୍ସରେ ଉତ୍ତୋଳିତ ସମସ୍ତ ଫଟୋଗ୍ରାଫ୍‌ ଏଥିରେ ସ୍ଥାନ ପାଇଛି। ଚିଲିକା, ହିମାଳୟ, ଲଦାଖ୍‌, ମସୌରୀ, କାଶ୍ମୀର ଉପତ୍ୟକା, ନେପାଳ, ସିକିିମ୍‌, ହିମାଚଳ ପ୍ରଦେଶ, ମେଘାଳୟର ଜଙ୍ଗଲ ଜୀବନ ଦୃଶ୍ୟ ସହିତ ଥାଇଲାଣ୍ଡ ଏବଂ ଅନ୍ୟ ପ୍ରାଚ୍ୟଦେଶ ସମୂହର ଅନେକ ପ୍ରାକୃତିକ ଦୃଶ୍ୟ ଏହି ପ୍ରଦର୍ଶନୀରେ ପ୍ରତିଫଳିତ ହୋଇଛି। ଏହି ପ୍ରଦର୍ଶନୀକୁ ଏମ୍‌ପି ପିନାକୀ ମିଶ୍ର ଉଦ୍‌ଘାଟନ କରିଥିବାବେଳେ ମୁଖ୍ୟବକ୍ତାଭାବେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ, ସମ୍ମାନିତ ଅତିଥି ଭାବେ ସୁନାମଧନ୍ୟ ଫଟୋଗ୍ରାଫର ରାଜ୍‌ ସରକାର ଯୋଗଦେଇ ଫଟୋଗ୍ରାଫିକୁ ନେଇ କ୍ୟାରିୟର ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଫଟୋ ପ୍ରଦର୍ଶନୀ ସ୍ବର୍ଗବାସୀ ପିତା ସୋମନାଥ ମହାପାତ୍ର ଏବଂ ମାତା ନୀଳିମା ମିଶ୍ରଙ୍କ ଉଦ୍ଦେଶ୍ୟରେ ସମର୍ପିତ କରିଥିବା ସ୍ବାତୀ କହିଛନ୍ତି। ଅଲ୍‌ ଇଣ୍ଡିଆ ରେଡିଓର ପୂର୍ବତନ ନିର୍ଦ୍ଦେଶକ ଦୀପକ ସାମନ୍ତରାୟ ସଂଯୋଜନା କରିଥିବାବେଳେ ଶିଳ୍ପ ଯୁବୋଦ୍ୟୋଗୀ ଗୌରୀଶଙ୍କର ମିଶ୍ର ପରିଚାଳନା କରିଥିଲେ। ଆସନ୍ତା ୨୩ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରଦର୍ଶନୀ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଜନସାଧାରଣଙ୍କ ନିମନ୍ତେ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri