ଫନିପାଲ ବିଦ୍ୟାଳୟର ନାମ ପରିବର୍ତ୍ତନକୁ ବିରୋଧ

ଯାଜପୁର ରୋଡ,୧୦।୮(ନି.ପ୍ର.): କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ସ୍ମୃତି ସଂସଦ କମିଟିର ଆବାହକ ମଦନ ମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡ. ଫନିପାଲ ବିଦ୍ୟାଳୟ ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡ଼. ଫନିପାଲ ଜଣେ ସ୍ବାଧିନତା ସଂଗ୍ରାମୀ। ସେ ପ୍ରଜା ମଣ୍ଡଳ ଆନ୍ଦୋଳନ ଓ ଯାଜପୁର ରୋଡ ଅଞ୍ଚଳରେ ବାମପନ୍ଥୀ ମୁଖ୍ୟଧାରାର ନେତୃତ୍ୱ ନେଇଥିଲେ। ଗରିବ ନିସ୍ପେଶିତ ଲୋକଙ୍କ ସେବାରେ ଶେଷ ଜୀବନ ପର୍ଯ୍ୟନ୍ତ ନିଜକୁ ଉତ୍ସର୍ଗିତ କରିଥିଲେ। ୧୯୮୫ରେ ତାଙ୍କ ନାମରେ ଫନିପାଲ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ଏବେ ଶିକ୍ଷା ବିଭାଗ ପ୍ରାଥମିକ ବିଦ୍ୟାଳୟଗୁଡିକୁ ନିକଟସ୍ଥ ଉଚ୍ଚ ବିଦ୍ୟାଳୟ ସହିତ ମିଶ୍ରଣ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି କ୍ରମରେ ଫନିପାଲଙ୍କ ନାମ ପରିବର୍ତ୍ତନ କରାଗଲେ ସ୍ବାଧିନତା ସଂଗ୍ରାମୀଙ୍କ ସମ୍ନାନ କ୍ଷଣ୍ଣ ହେବ । ତେଣୁ ଏହି ବିଦ୍ୟାଳୟକୁ ମିଶ୍ରଣ କରା ନ ଯାଇ ସ୍ଥିତାଅବସ୍ଥା ବଜାଇ ରଖାଯିବା ନେଇ ଖବରଦାତା ସମ୍ମିଳନୀରେ ଦାବି କରାଯାଇଛି। ଏଥିପ୍ରତି ଶିକ୍ଷା ବିଭାଗ ଦୃଷ୍ଟି ନଦେଲେ କ୍ରାନ୍ତି ଦିବସରୁ ସରକାରଙ୍କ ବିରୋଧ ପ୍ରତିବାଦରେ ଅଭିଯାନ ଆରମ୍ଭ ହେବ। ଅକ୍ଟୋବର ୨ରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ। ଏଥିରେ ବ୍ୟାସନଗର ପୌର ପରିଷଦର ରାଜନେତା, ବୁଦ୍ଧିଜୀବୀ, ଆଇନଜୀବୀ, ସମାଜସେବୀ ସାମିଲ ହେବା ପାଇଁ ନିଷ୍ପତ୍ତି ନିଅଯାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଶ୍ରମିକ ନେତା ବିଦ୍ୟାଧର ମହାନ୍ତି, ବରିଷ୍ଠ ଆଇନିଜିବୀ ତଥା ଭାଜପା ନେତା ଚନ୍ଦ୍ର ଶେଖର ପଣ୍ଡା, ରାଜ୍ୟ ଭାଜପା ଯୁବ ମୋର୍ଚ୍ଚା ସଂଯୋଜକ ଅଯୋଧ୍ୟା ଜେନା, ବିଶିଷ୍ଟ ଶିକ୍ଷାବିତ୍‌ ଆଶିଷ୍‌ ରାଏ, ପରମାନ୍ଦ ସେଠୀ ପ୍ରମୁଖ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ। ପ୍ରକାଶ ଯେ, ସ୍ଥାନୀୟ ସ୍ବାଧୀନତା ସଂଗ୍ରାମୀ ଡ. ଫନିପାଲ ବିଦ୍ୟାଳୟକୁ ରାଜ୍ୟ ସରକାର ୧୫ା୧୨ା୧୮ରେ ଶଶିଭୂଷଣ ବାଳିକା ଉଚ୍ଚ ବିଦ୍ୟାଳୟ ସହିତ ମିଶ୍ରଣ କରିବାକୁ ନର୍ଦ୍ଦେଶ ଦେଇଛନ୍ତି । ଏହାକୁ ଫନିପାଲ ସ୍ମୃତି ସଂସଦ ପକ୍ଷରୁ ବିରୋଧ କରାଯାଇଛି। ସ୍କୁଲର ନାମକୁ ପରିବର୍ତ୍ତନ ନ କାରାଯାଇ ଓ ମିଶ୍ରଣ ପ୍ରକ୍ରିୟାକୁ ବନ୍ଦ କରିବା ପାଇଁ ଯାଜପୁର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ବିଦ୍ୟାଳୟରେ ୨ ଶହ ଛାତ୍ରୀଛାତ୍ର ପାଠ ପଢୁଥିବାରୁ ବାଳିକା ଉଚ୍ଚ ବିଦ୍ୟାଳୟରେ ମିଶିବା ଯଥାର୍ଥ ନୁହେଁ ବୋଲି ଦାବି ପତ୍ରରେ ଉଲ୍ଲେଖ କରାଯାଇଥିଲା। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପଦେକ୍ଷେପ ନିଆଯାଇ ପାରି ନ ଥିବା ସ୍ମୃତି ସଂସଦ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri