ଫନୀକୁ ୮ମାସ ବିତିଲା: ମରାମତି ହେଉନି ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ

କଟକ ରୋଡ,୧୧ା୧(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ର ୮ମାସ ପରେ ବି ରାଜଧାନୀର କେତେକ ଅଞ୍ଚଳରେ ବିଦ୍ୟୁତ୍‌ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଯାହା କି ସାଧାରଣ ଲୋକଙ୍କୁ ଚିନ୍ତାରେ ପକାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା କଟକ ରୋଡ ଅଞ୍ଚଳରେ। ବାତ୍ୟାରେ ବୁଦ୍ଧେଶ୍ୱରୀ ମନ୍ଦିର ସମ୍ମୁଖ ମେଡିଆନରେ ଲେଖାଯାଇଥିବା ଏକ ସୁଉଚ୍ଚ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ଝୁଲି ରହିଛି। ଉକ୍ତ ରାସ୍ତାରେ ଯାନବାହନ ଚଳାଚଳ ହେଉଥିବା ବେଳେ ଖୁଣ୍ଟ କେଉଁ ସମୟରେ ଭାଙ୍ଗି ପଡ଼ିବ ସେ ନେଇ ଆଶଙ୍କା ଦେଖାଦେଇଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଅବଗତ ଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ।
ସୂଚନାଥାଉ କି, ଉକ୍ତ ମନ୍ଦିର ନିକଟ ସହ ଅନ୍ୟାନ୍ୟ ଅଞ୍ଚଳରେ ବାତ୍ୟା ସମୟରେ ଉପୁଜିଥିବା ଏଭଳି ସମସ୍ୟା ନେଇ ‘ଧରିତ୍ରୀ’ରେ ଏକ ଶୀର୍ଷକ ପ୍ରକାଶ ପାଇଥିଲା। ଫଳରେ ତତ୍‌କାଳୀନ ବିଏମସି କମିଶନର ବିଏମସି ବିଦ୍ୟୁତ୍‌ ବିଭାଗ ଦାୟିତ୍ୱରେ ଥିବା ଯନ୍ତ୍ରୀ ଓ ସମସ୍ତ ଠିକାଦାରଙ୍କୁ ଡକାଇ ଏକ ବୈଠକ କରିଥିଲେ। ତୁରନ୍ତ ଷ୍ଟ୍ରିଟଲାଇଟ ସେବା ସ୍ବାଭାବିକ କରିବା ସହ କେଉଁଠାରେ ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ ରହିଛି ତାହାର ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ କଟକ ରୋଡ ରାସ୍ତାରେ ବହୁଦିନ ଧରି ପଡିଥିବା ଏକ ବିଦ୍ୟୁତ୍‌ ଖୁଣ୍ଟକୁ ବିଏମସି ପକ୍ଷରୁ ହଟାଯାଇଥିଲେ ମଧ୍ୟ ଅଦ୍ୟାବଧି ଅଘଟଣ ଆଶଙ୍କା ଥିବା ଉକ୍ତ ବିଦ୍ୟୁତ୍‌ ଖୁଣ୍ଟ ହଟାଇବା ପାଇଁ ବିଭାଗୀୟ ଅଧିକାରୀ ପଦକ୍ଷେପ ନ ନେବା ଅସନ୍ତୋଷର କାରଣ ପାଲଟିଛି। ଏ ନେଇ ବିଏମସି ବିଦ୍ୟୁତ୍‌ ବିଭାଗ ଦାୟିତ୍ୱରେ ଥିବା ଜଣେ ସହକାରୀ ଯନ୍ତ୍ରୀ କୁହନ୍ତି, ବାତ୍ୟା ସମୟର ଏଭଳି ଖୁଣ୍ଟ ରହିଥିବା ନଜରକୁ ଆସିନାହିଁ। ଖୁବ୍‌ଶୀଘ୍ର ଏହାକୁ ଅପସାରଣ କିମ୍ବା ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri