ଫନୀରେ ବିଦ୍ୟୁତ୍‌ ବିଭାଗ କ୍ଷତିର ସମୀକ୍ଷା କଲେ ମନ୍ତ୍ରୀ: ହାଇଡ୍ରୋ ପ୍ରୋଜେକ୍ଟର କ୍ଷମତା ବୃଦ୍ଧି ପାଇଁ ନିର୍ଦ୍ଦେଶ ଦେଲେ

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଶକ୍ତି ବିଭାଗ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ସମୀକ୍ଷା ବୈଠକରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପରିବେଶ ବାତାନୁକୂଳ ମାଧ୍ୟମରେ ହାଇଡ୍ରୋ ପ୍ରୋଜେକ୍ଟଗୁଡ଼ିକୁ ତ୍ବରାନ୍ବିତ କରାଯାଇ ଏହାର କ୍ଷମତା ବୃଦ୍ଧି କରାଗଲେ ବିଦ୍ୟୁତ ଯୋଗାଣ କ୍ଷେତ୍ରରେ ଉନ୍ନତି ହୋଇପାରିବ ବୋଲି କହିଛନ୍ତି। ଫନୀ ସମୟରେ ବିଦ୍ୟୁତ୍‌ ବିଭାଗର ଅନେକ କ୍ଷୟକ୍ଷତି ହୋଇଥିଲା, ଯୁଦ୍ଧକାଳୀନ ଭିତ୍ତିରେ ଅସ୍ଥାୟୀ ଭାବେ ବିଦ୍ୟୁତ୍‌ ସଂଯୋଗ କରାଯାଇ ପ୍ରାଥମିକତା ଭିତ୍ତିରେ ବିଦ୍ୟୁତ୍‌ସେବା ଯୋଗାଇ ଦିଆଯାଇଛି। ସେହି କାରଣରୁ ବିଦ୍ୟୁତ ବିଭାଗ ପ୍ରଶଂସାର ପାତ୍ର ହୋଇପାରିଥିଲା। ପର୍ଯ୍ୟାୟକ୍ରମେ ଅସ୍ଥାୟୀ ସଂଯୋଗକୁ ସ୍ଥାୟୀ କରାଯାଇଛି। ଫନୀ କ୍ଷତିର ପୁନରୁଦ୍ଧାର ସକାଶେ ରହିଥିବା ରାଜ୍ୟ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ସହ ଯୋଗାଯୋଗ କରାଯାଇ ବଳକା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ସମୀକ୍ଷା ବୈଠକରେ ମନ୍ତ୍ରୀ ମିଶ୍ର କହିଛନ୍ତି। ବୈଠକରେ ଶକ୍ତି ବିଭାଗୀୟ କମିଶନର ତଥା ଶାସନ ସଚିବ ବିଷ୍ଣୁ ପ୍ରସାଦ ସେଠୀ, ଅତିରିକ୍ତ କମିଶନର ପ୍ରଦୀପ୍ତ କିଶୋର ଶତପଥୀ, ସ୍ବତନ୍ତ୍ର ସଚିବ ସଂଗ୍ରାମ ସ୍ବାଇଁ ପ୍ରମୁଖ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri