ଫନୀ କ୍ଷୟକ୍ଷତି, ପକ୍କାଘର ଦାବିରେ ଧାରଣା: ପଦକ୍ଷେପ ନ ହେଲେ ଆତ୍ମହତ୍ୟା ଧମକ

କୃଷ୍ଣପ୍ରସାଦ,୨୨ା୫ (ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଫନୀଜନିତ ବାତ୍ୟା ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି। ତେବେ ଗୃହ ହରାଇଥିବା ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ପକ୍କା ଛାତଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ବହୁ ବିପନ୍ନଙ୍କ ମନରେ ହଜିଯାଇଥିବା ଆଶା ପୁଣି ଉଜ୍ଜୀବିତ ହୋଇଉଠିଛି। ଦୁର୍ବଳ କଚ୍ଚାଘରେ ବସବାସ କରି ରହିଥିବା ଅନେକ ପରିବାର ଏବେ ପକ୍କାଘର ପାଇବା ପାଇଁ ମଙ୍ଗଳବାର ଧାରଣାକୁ ଓହ୍ଲାଇଥିବା ଜଣାପଡ଼ିଛି। ପକ୍କାଘର ଦାବି ନେଇ ସ୍ଥାନୀୟ ଅଞ୍ଚଳର ଟୁନା ସ୍ବାଇଁ, ସୁବାସ ଚନ୍ଦ୍ର ଜେନା, ସୁୁକାନ୍ତ ବିଶ୍ୱାଳଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ କୃଷ୍ଣପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ା କଚ୍ଚାଘରେ ବସବାସ କରୁଥିବା ସମସ୍ତ ଉପକୂଳବାସୀ ପରିବାରକୁ ପକ୍କାଗୃହ ଯୋଗାଇ ଦେବା ଆମର ଦାବି ବୋଲି ଆନ୍ଦୋଳନକାରୀ ସ୍ଲୋଗାନ ଦେଇଥିଲେ। ସୁବାସ ଓ ସୁକାନ୍ତ କହିଥିଲେ ପୁରୀ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲାରେ ବସବାସ କରୁଥିବା ଫାଇଲିନ ବାତ୍ୟାରେ କ୍ଷତିଗ୍ରସ୍ତ ପରିବାରଙ୍କ ନିମନ୍ତେ ବିଶ୍ୱବ୍ୟାଙ୍କ ତରଫରୁ ପକ୍କା ଘର ତିଆରି କରିବା ପାଇଁ ଅନୁଦାନ ଆସିଥିଲା ା ତେବେ ଗଞ୍ଜାମ, ଖୋର୍ଦ୍ଧା ଜିଲାର କ୍ଷତିଗ୍ରସ୍ତ ପରିବାରଗୁଡ଼ିକୁ ନୂତନ ପକ୍କାଘର ଯୋଗାଇ ଦିଆଯାଇଛି। ପୁରୀ ଜିଲାରେ ଏହି ଯୋଜନା ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇ ନ ଥିବା ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି। ଏହି ଅବସରରେ ଏକ ସ୍ବୟଂ ସହାୟକ ଗୋଷ୍ଠୀ ସଭାପତି ବୁଲି ବେହେରା କହିଛନ୍ତି ଯେ, ସରକାରଙ୍କ ସହାୟତା ଧନୀ ଲୋକଙ୍କ ପାଇଁ ହେଉଛି ା ଆମେ ଝାଟିମାଟି କୁଡିଆ ଘରେ ରହୁଛୁ, ହେଲେ ବାତ୍ୟା ହେଲେ ଧନୀ ଲୋକମାନେ ସହାୟତା ପାଉଛନ୍ତି ା ଜଣେ ବାରମ୍ବାର ଯୋଜନା ଦ୍ୱାରା ଘର ପାଉଛନ୍ତିି ା ହେଲେ ଆମକୁ ମିଳୁନି। ଆମେ ଏବେ ରାଜରାସ୍ତାକୁ ଓହ୍ଲାଇଛୁ। ସରକାର ଏହାର ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ ନ କଲେ ଆମେ ଆଉ ଘରକୁ ଫେରିବୁ ନାହିଁ। ଆମର ଦାବି ପୂରଣ ନ ହେଲେ ରାଜରାସ୍ତାରେ ଆତ୍ମହତ୍ୟା କରିବୁ ା ଆନ୍ଦୋଳନକାରୀ ଉପରୋକ୍ତ ଦାବି ନେଇ ମୁଖ୍ୟମନ୍ତ୍ରୀ, ମୁଖ୍ୟଶାସନ ସଚିବ, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବିଡିଓ ଅଭିମନ୍ୟୁ ମାଝିଙ୍କୁ ପ୍ରଦାନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri