ଫନୀ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ନୂଆ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ) : ବୁଧବାର ଶପଥ ଗ୍ରହଣ ଉତ୍ସବ ପରେ ନୂତନ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗ ପରିଦର୍ଶନ କରି ବାତ୍ୟା ‘ଫନୀ’ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ତାଙ୍କୁ ବିଭାଗୀୟ ସଚିବ ହେମନ୍ତ ଶର୍ମା ଓ କର୍ମଚାରୀମାନେ ସ୍ବାଗତ କରିଥିଲେ। ଏହି ଅବସରରେ ଶକ୍ତିମନ୍ତ୍ରୀଙ୍କୁ ବାତ୍ୟା ପୁନରୁଦ୍ଧାର କାର୍ଯ୍ୟ ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ଅବଗତ କରାଯାଇଥିଲା। ପ୍ରତ୍ୟେକ ଦିନ ପାଖାପାଖି ୧୦ହଜାର ଘରୋଇ ବିଦ୍ୟୁତ୍‌ ସଂଯୋଗ କରାଯିବା ସହିତ ସମସ୍ତଙ୍କୁ ବିଦ୍ୟୁତ୍‌ ସେବା ଯୋଗାଣ ପ୍ରକ୍ରିୟା ଜାରି ରହିଛି ବୋଲି ବିଭାଗୀୟ ଅଧିକାରୀ ଅବଗତ କରାଇଥିଲେ। ଫନୀ କ୍ଷୟକ୍ଷତି ମୁକାବିଲା ପାଇଁ ଆବଶ୍ୟକ ଅର୍ଥ ସଂକ୍ରାନ୍ତରେ ଆଲୋଚନା କରିବା ସହ ଆଗାମୀ ବଜେଟ ଲାଗି ଚିଠା ପ୍ରସ୍ତୁତ କରିବା ଲାଗି ମନ୍ତ୍ରୀ ମିଶ୍ର ଉପସ୍ଥିତ ଅଧିକାରୀଙ୍କୁ କହିଥିଲେ। ରାଜ୍ୟର ଶକ୍ତି ଚାହିଦା ଓ ଉତ୍ପାଦନ ସଂକ୍ରାନ୍ତରେ ପଚାରି ବୁଝିବା ପରେ ସୌର ଏବଂ ବାୟୋମାସ୍‌ ଉତ୍ସରୁ ଶକ୍ତି ଉତ୍ପାଦନ ଲାଗି ପ୍ରସ୍ତାବ ରଖିଥିଲେ। ସେହିପରି ଚିରସ୍ରୋତା ଜଳ ଉତ୍ସଗୁଡ଼ିକ ନିକଟରେ କିପରି କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପଗୁଡ଼ିକ କରାଯାଇପାରିବ ସେନେଇ ଗୁରୁତ୍ୱାରୋପ କରିଥିଲେ। ବିଦ୍ୟୁତ୍‌ ଆଘାତରେ ମରୁଥିବା ହାତୀମାନଙ୍କୁ ସୁରକ୍ଷିତ ରଖିବା ଓ ଦୁର୍ଘଟଣା ଏଡାଇକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ସରକାରଙ୍କ ଘୋଷଣାପତ୍ରରେ ଶକ୍ତି ବିଭାଗ ଲାଗି ଉଦ୍ଦିଷ୍ଟ ଲକ୍ଷ୍ୟକୁ କିପରି ହାସଲ କରିହେବ ସେନେଇ ପ୍ରସ୍ତୁତି ଆରମ୍ଭ କରିବା ଲାଗି ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଥିଲେ ଶକ୍ତିମନ୍ତ୍ରୀ ମିଶ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri