Posted inରାଜ୍ୟ

ଫନୀ ପ୍ରଭାବ: କ୍ଷେତ୍ରବାସୀ ଡିଏଭି କଲେଜ ଧ୍ୱସ୍ତବିଧ୍ୱସ୍ତ; ୧୪ ଦିନ ପରେ ମଧ୍ୟ ପରିସ୍ଥିତିରେ ଆସିନି ସୁଧାର

ନିରାକାରପୁର,୧୮ା୫(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ ପୁରାତନ କ୍ଷେତ୍ରବାସୀ ବିଜ୍ଞାନ ଡିଏଭି ମହାବିଦ୍ୟାଳୟ ଫନୀ ପ୍ରଭାବରେ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି ା ଏହି ଅଞ୍ଚଳରେ ଶିକ୍ଷାର ଅନ୍ତୁଡ଼ିଶାଳ ପରିଚିତ ମହାବିଦ୍ୟାଳୟଟିର ସମସ୍ତ ଆଜବେଷ୍ଟସ୍‌ ବାତ୍ୟାରେ ଉଡ଼ିଯିବା ସହ ଶ୍ରେଣୀଗୃହଗୁଡ଼ିକ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। ସ୍କୁଲଗୃହ ଉପରେ ବଡ଼ ବଡ଼ ଗଛଗୁଡ଼ିକ ପଡିରହିଛି। ସମ୍ପ୍ରତି ଆରମ୍ବ ହେବାକୁ ଥିବା ଜଗଜୀବନ ରାମ ଛାତ୍ରୀନିବାସର ସୁରକ୍ଷା ପାଚେରିଟି ଭୂଷୁଡି ପଡିଛି ା ମୁୁଖ୍ୟ ପାଣି ଟାଙ୍କିରେ ମଧ୍ୟ ଫାଟ ସୃଷ୍ଟିହୋଇଛି ା କଲେଜ ସୀମାସ୍ଥିତ ୧୫୦ଫୁଟ ସୁରକ୍ଷା ପାଚେରିଟି ମଧ୍ୟ ଭାଙ୍ଗି ଯାଇଛି। ନିର୍ମାଣାଧୀନ ସୁଇମିଂପୁଲଟି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ସାଇକେଲ ଷ୍ଟାଣ୍ଡଟିର ଛପର ଉଡ଼ିଜିିବା ସହିତ କାନ୍ଥରେ ଫାଟ ସୃଷ୍ଟି ହୋଇଛି ା ଅଧ୍ୟକ୍ଷଙ୍କ କ୍ୱାର୍ଟର ଭାଙ୍ଗିଯାଇଛି। ଜରୁରିକାଳୀନ ସମୟରେ ବିଦ୍ୟୁତ୍‌ ଯୋଗାଉଥିବା ପାଓ୍ବାର୍‌ ସିଷ୍ଟମ ଗୃହ ବାତ୍ୟାରେ ନଷ୍ଟ ହୋଇଯାଇଛି। କଲେଜରେ ଆଲୋକ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଗଛ ପଡ଼ି କଲେଜ ପରିସର ମଧ୍ୟରେ ଗମନାଗମନରେ ଘୋର ପ୍ରତିବନ୍ଧକ ସୃଷ୍ଟି ହୋଇଛି। ଫନୀ ବାତ୍ୟାର ଦୀର୍ଘ ୧୪ ଦିନ ବିତି ଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ ପରିସ୍ଥିତିରେ ଟିକେ ବି ସୁଧାର ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇନି। ମାତ୍ର ଅଳ୍ପ ଦିନ ପରେ ପରୀକ୍ଷା ଅନୁଷ୍ଠିତ ହେବା ସହ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଯିବ। ଏ ସମସ୍ତ ସମସ୍ୟା ନେଇ କଲେଜ ଅଧ୍ୟକ୍ଷ ଅଶୋକ କୁମାର ବଳବନ୍ତରାୟଙ୍କୁ ପଚାରିବାରୁ ସେ କହିଥିଲେ, ସମସ୍ୟା ଦୂର ନିମନ୍ତେ ଏ ସମସ୍ତ କରିବାକୁ ଏକ ଟିମ୍‌ ଗଠନ କରାଯାଇଛି। ପ୍ରଶାସନକୁ ଏ ସମ୍ବନ୍ଧରେ ଅବଗତ କରାଯାଇଛି ବୋଲି ଅଧ୍ୟକ୍ଷ ସୂଚନା ଦେଇଥିଲେ। ତେବେ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ଗ୍ରହଣ ପାଇଁ ବିଭିନ୍ନ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri