ଫନୀ: ବିଦ୍ୟୁତ୍‌ ଭିତ୍ତିଭୂମିର ପୁନରୁଦ୍ଧାର:ଏନ୍‌ଡିଆର୍‌ଏଫ୍‌ ନିୟମ କୋହଳ କରାଯାଉ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲା ଏବଂ ଅନ୍ୟ କେତେକ ଅଞ୍ଚଳର ବିଦ୍ୟୁତ୍‌ ଭିତ୍ତିଭୂମି ଧ୍ୱଂସ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂଙ୍କୁ କ୍ଷୟକ୍ଷତି ସମ୍ପର୍କରେ ଗୁରୁବାର ଚିଠି ଲେଖି ଅବଗତ କରାଇଛନ୍ତି। ଏଥିସହିତ ବର୍ତ୍ତମାନ ରହିଥିବା ଏନ୍‌ଡିଆରଏଫ୍‌ ନିୟମରେ କୋହଳ ପାଇଁ ମଧ୍ୟ ଅନୁରୋଧ କରିଛନ୍ତି।
ଚିଠି ମାଧ୍ୟମରେ ନବୀନ ଲେଖିଛନ୍ତି ଯେ, ଶକ୍ତି କ୍ଷେତ୍ରୀୟ ଟ୍ରାନ୍ସମିଶନ ଏବଂ ବଣ୍ଟନରେ ଅତି ଉଚ୍ଚ କ୍ଷମତାସମ୍ପନ୍ନ, ଉଚ୍ଚ କ୍ଷମତାସମ୍ପନ୍ନ ଏବଂ ନିମ୍ନ କ୍ଷମତାସମ୍ପନ୍ନ ବିଦ୍ୟୁତ୍‌ ବ୍ୟବସ୍ଥା ରହିଥାଏ। ଏନ୍‌ଡିଆରଏଫ୍‌ ନିୟମ ଦ୍ୱାରା ବର୍ତ୍ତମାନ କେବଳ ୧୧ କେଭି କ୍ଷମତା ପର୍ଯ୍ୟନ୍ତ ଥିବା ଶକ୍ତି ଭିତ୍ତିଭୂମିର ପୁନରୁଦ୍ଧାର କାର୍ଯ୍ୟ କରାଯାଉଛି। ଯେଉଁ ପରିମାଣର କ୍ଷତି ହୋଇଛି, ସେହି ଅନୁସାରେ ସହାୟତା ନାହିଁ। ୧୧ କେଭି ଲାଇନ ସମେତ ବଣ୍ଟନ ଟ୍ରାନ୍ସଫର୍ମର ଏବଂ ଏଲ୍‌ଟି ନେଟ୍‌ୱର୍କ ମଧ୍ୟ ନଷ୍ଟ ହୋଇଛି। ୨୨୦/୧୩୨ କେଭି ଟାୱାର ଏବଂ ଟ୍ରାନ୍ସମିଶନ ଲାଇନ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ବହୁସଂଖ୍ୟକ ଗ୍ରୀଡ୍‌ ସବ୍‌ଷ୍ଟେଶନ ଓ ପାୱାର ଟ୍ରାନ୍ସଫର୍ମର, ୩୩ କେଭି ପୋଲ୍‌, ପ୍ରାଥମିକ ସବ୍‌ଷ୍ଟେଶନ କ୍ଷତିକୁ ମିଶାଇ ପ୍ରାୟ ୧୧୬୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ଏହି କ୍ଷତିର ପୁନରୁଦ୍ଧାର ପାଇଁ ବିଦ୍ୟୁତ୍‌ ବିତରଣ ଦାୟିତ୍ୱ ନେଇଥିବା କମ୍ପାନୀଗୁଡ଼ିକ ଅକ୍ଷମ। ବିଦ୍ୟୁତ୍‌ ସମସ୍ତଙ୍କ ପାଇଁ ପ୍ରମୁଖ ଆବଶ୍ୟକତା। ରାଜ୍ୟ ସରକାର ଏହି ପୁନରୁଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଏହି ବିପୁଳ ପରିମାଣ କ୍ଷତିର ବ୍ୟୟଭାର ରାଜ୍ୟ ସରକାର ବହନ କରିବା ସମ୍ଭବ ନୁହେଁ। ତେଣୁ ଏନ୍‌ଡିଆରଏଫ୍‌ ନିୟମରେ କୋହଳ କରିବା ନେଇ ମୁଖ୍ୟମନ୍ତ୍ରୀ ରାଜନାଥଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri