‘ଫନୀ’ ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପ୍ରସ୍ତୁତ

ଭୁବନେଶ୍ୱର,୧ା୫ (ବ୍ୟୁରୋ)- ମାଡ଼ି ଆସୁଛି ବାତ୍ୟା ‘ଫନୀ’। ଏହା ୩ ତାରିଖରେ ପୁରୀ ନିକଟରେ ସ୍ଥଳଭାଗ ଛୁଇଁ ଉପକୂଳ ଓଡ଼ିଶାରେ ତାଣ୍ଡବ ରଚାଇବ। ଜାତୀୟ ପାଣିପାଗ ବିଭାଗ ଏନେଇ ସତର୍କ କରାଇବା ପରେ ଏହାର ମୁକାବିଲା ପାଇଁ  ଅଗ୍ନିଶମ ବିଭାଗ ପୂରା ପ୍ରସ୍ତୁତ ରହିଛି। ଏଥିପାଇଁ ଅଗ୍ନିଶମ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।  ଯେଉଁମାନେ ଛୁଟିରେ ଅଛନ୍ତି ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଅଗ୍ନିଶମ ଡିଜି ବି.କେ ଶର୍ମା ସୂଚନା ଦେଇଛନ୍ତି।

ଶର୍ମା କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ସରଞ୍ଜାମ ପ୍ରସ୍ତୁତ କରି ରଖାଯାଇଛି। ଜେନେରେଟର, ଲାଇଟ୍‌, ଗଛକଟା ସରଞ୍ଜାମ ସମେତ ଉଦ୍ଧାର କାର୍ଯ୍ୟରେ ଆବଶ୍ୟକ ସାମଗ୍ରୀ ମହଜୁଦ ରହିଛି। ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଆଦି ୯ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିବ। ବିଶେଷ କରି ପୁରୁଣା ପକ୍କାଘର ଭୁଶୁଡିବା ସହ ବିଜୁଳି ଖୁଣ୍ଟ ଓ ଏକାଧିକ ଗଛ ଉପୁଡ଼ିବାର ଆଶଙ୍କା କରାଯାଇଛି। ତେଣୁ ବାତ୍ୟା ସମୟରେ ଓ ପରେ ଆବଶ୍ୟକ ପଦକ୍ଷେପ ନେବାକୁ ଅଗ୍ନିଶମ କର୍ମଚାରୀ ପ୍ରସ୍ତୁତ ଅଛନ୍ତି। ବିଶେଷକରି ଉପକୂଳ ଅଞ୍ଚଳକୁ ଅଗ୍ନିଶମ ବିଭାଗ ବିଶେଷ ଗୁରୁତ୍ୱ ଦେଇଛି। ୨ହଜାର କର୍ମଚାରୀ ପ୍ରସ୍ତୁତ ହୋଇ ରହିଥିବାବେଳେ ବାତ୍ୟା ଆଶଙ୍କା ନ ଥିବା ଜିଲାରୁ ମଧ୍ୟ ଅଗ୍ନିଶମ କର୍ମଚାରୀଙ୍କୁ ଅଣାଯାଇଛି। ମଙ୍ଗଳବାର ରାତି ସୁଦ୍ଧା ସ୍ବତନ୍ତ୍ର ଟିମ୍‌କୁ ଆବଶ୍ୟକ ସରଞ୍ଜାମ ସହ ଉପକୂଳବର୍ତ୍ତୀ ଅଞ୍ଚଳକୁ ପଠାଯାଇଛି। ସେହିଭଳି କଟକ ଓ ଭୁବନେଶ୍ୱରରେ ସ୍ବତନ୍ତ୍ର ଟିମ୍‌ଗୁଡ଼ିକ ପ୍ରସ୍ତୁତ ହୋଇ ରହିଛନ୍ତି। ବୁଧବାରଠାରୁ ସବୁ ଜିଲା ମୁଖ୍ୟାଳୟରେ ୨୪ଘଣ୍ଟିଆ କ୍ୟାମ୍ପ୍‌ ଖୋଲିବ। ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀମାନେ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ଉପରେ ନଜର ରଖିବା ସହ ପରିସ୍ଥିତିର ସମୀକ୍ଷା କରିବେ। ବାତ୍ୟା ପରେ ଭାଙ୍ଗିଯାଇଥିବା ଗଛ ଓ ବିଦ୍ୟୁତ୍‌ ଖୁଣ୍ଟକୁ ରାସ୍ତାରୁ ହଟାଇ ଯାତାୟାତକୁ ସ୍ବାଭାବିକ କରିବେ। ଅଧିକ କ୍ଷୟକ୍ଷତି ହୋଇଥିବା ଜିଲାରେ ତୁରନ୍ତ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ରିଲିଫ ଯୋଗାଇ ଦିଆଯିବ। ବାତ୍ୟା ପ୍ରଭାବରେ ସମୁଦ୍ରରୁ ଉଚ୍ଚ ଜୁଆର ଉଠିବାର ସମ୍ଭାବନା ରହିଥିବାରୁ ଉପକୂଳ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ନେବା କାର୍ଯ୍ୟରେ ଅଗ୍ନିଶମ କର୍ମଚାରୀ ସହଯୋଗ କରିବେ। ଏଥିସହ ୨୦ ଓଡ୍ରାଫ ଓ ୧୨ ଏନ୍‌୍‌ଡିଆର୍‌ଏଫ୍‌ ଟିମ୍‌ ନିୟୋଜିତ ହେବେ ବୋଲି ଅଗ୍ନିଶମ ଡିଜି ଶର୍ମା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri