ଫରହାନ ଅଖତରଙ୍କୁ ପୂରିଲା ୪୬: ପାଠପଢ଼ା ଅଧାରୁ ଛାଡି ବଲିଉଡ୍‌ରେ ଦେଇଥିଲେ ପାଦ; ୫୦ ଥର ଦେଖିଛନ୍ତି ଶୋଲେ ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ତଥା ଫିଲ୍ମ ନିର୍ମାତା ଫରହାନ ଅଖତର ଗୁରୁବାର ତାଙ୍କର ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୯୭୪ ଜାନୁୟାରୀ ୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସେ ଅଧାରୁ ପାଠ ଛାଡି ରିତେଶ ସିଧ୍ୟଓ୍ବାନୀଙ୍କ ସହିତ ମିଶି ୧୭ ବର୍ଷ ବୟସରେ ଏକ ପ୍ରଡକସନ୍‌ ହାଉସ୍‌ ଆରମ୍ଭ କରିଥିଲେ। ଫରହାନଙ୍କ ଏଭଳି ପଦକ୍ଷେପରେ ମା’ ହନି ଇରାନୀ ବିରକ୍ତ ହୋଇ ତାଙ୍କୁ ଘରୁ ବାହାର କରିବାକୁ ଧମକ ଦେଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ପ୍ରଡକସନ୍‌ ହାଉସ୍‌ ପକ୍ଷରୁ ଦିଲ୍‌ ଧଡକନେ ଦୋ,ଜୀନ୍ଦଗି ନ ମିଲେଗି ଦୋଓ୍ବାରା ଆଦି ଫିଲ୍ମ ନିର୍ମାଣ କରି ବେଶ୍‌ ଚର୍ଚ୍ଚାକୁ ଆସିଥିଲା। ବର୍ତ୍ତମାନ ସୁଦ୍ଧା ସେ ୫୦ ଥର ଶୋଲେ ଫିଲ୍ମ ଦେଖିସାରିଛନ୍ତି ବୋଲି ଏକ ସାକ୍ଷାତକାରରେ କହିଥିଲେ। ୨୦୦୦ରେ ସେ ଅଧୁନା ଭବାନୀ ଅଖତରଙ୍କୁ ବିବାହ କରିଥିଲେ। ୨୦୧୭ରେ ଅଧୁନାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri