ଫଳ ଗୋଦାମ, ଦୋକାନରେ ସିଏମ୍‌ସିର ଚଢାଉ: ଯାଞ୍ଚ ପାଇଁ ଲିଚୁକୋଳିର ନମୁନା ସଂଗ୍ରହ

କଟକ ଅଫିସ,୨୦ା୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶତାଧିକ ଶିଶୁଙ୍କ ଜୀବନହାନି ଘଟିଛି। ହେଲେ ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ସୁଦ୍ଧା ଲିଚୁରେ ଥିବା ଟକ୍ସିକ୍‌ ଏଲିମେଣ୍ଟକୁ ଅନେକ ବିଶେଷଜ୍ଞ ଦାୟୀ କରୁଛନ୍ତି। ଏନ୍‌ସେଫାଲାଇଟିସ ଲିଚୁରେ ବ୍ୟାପିଥିବା କୁହାଯାଉଛି। ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ କଟକ ମହାନଗର ନିଗମ(ସିଏମସି) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଓଡ଼ିଶାରେ ଏହି ରୋଗ ବ୍ୟାପିବା ପୂର୍ବରୁ କିଭଳି ରୋକାଯାଇପାରିବ ସେ ନେଇ ପଦକ୍ଷେପ ନିଆଯାଉଛି। ତେବେ ଏହି ଭୂତାଣୁ ଲିଚୁକୋଳିରେ ଆସୁଥିବା ସନ୍ଦେହ କରାଯିବା ପରେ ବୁଧବାର ସିଏମ୍‌ସିର ସ୍ବାସ୍ଥ୍ୟ ଓ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ସହରରେ ଥିବା ବିଭିନ୍ନ ଫଳଦୋକାନ ଓ ଗୋଦାମ ଉପରେ ଚଢ଼ାଉ କରାଯାଇଥିଲା। ତେବେ କୌଣସି ବ୍ୟବସାୟୀଙ୍କଠାରୁ ଲିଚୁକୋଳି ଜବତ କରାଯାଇ ନ ଥିଲେ ମଧ୍ୟ ସେଥିମଧ୍ୟରୁ କିଛି କୋଳିର ନମୁନା ଯାଞ୍ଚ ପାଇଁ ସଂଗ୍ରହ କରାଯାଇଛି। ସାବିତ୍ରୀ ବ୍ରତ ପୂର୍ବରୁ ସହରକୁ ବହୁ ପରିମାଣରେ ଲିଚୁକୋଳି ବିକ୍ରି ପାଇଁ ଆସିଥିଲା। ମାତ୍ର ଏନ୍‌ସେଫାଲାଇଟିସ ଲିଚୁରେ ବ୍ୟାପିଥିବା ପ୍ରଚାର ହେବାପରେ ବୁଧବାର ହଠାତ ସହରରୁ ଲିଚୁକୋଳି ଉଭାନ ହୋଇଯାଇଥିବା ଦେଖିବାକୁ ମିଳିଛି।
ଏ ନେଇ ସିଏମ୍‌ସି କମିଶନର ଶରତ ଚନ୍ଦ୍ର ନାୟକ କୁହନ୍ତି, ବିଭିନ୍ନ ଗଣମାଧ୍ୟମରେ ଏଭଳି ଖବର ପ୍ରକାଶ ପାଇବା ପରେ ଲିଚୁକୋଳି ନମୁନା ସଂଗ୍ରହ ନିମନ୍ତେ ଉଦ୍ୟମ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୪/୫ଦିନ ଧରି ଚାଲିବ। କୌଣସି ବ୍ୟବସାୟୀଙ୍କ ଲିଚୁ ଜବତ କରାଯିବ ନାହିଁ। କେବଳ ନମୁନା ସଂଗ୍ରହ କରାଯାଇ ଯାଞ୍ଚ ନିମନ୍ତେ ଲାବରେଟୋରିକୁ ପଠାଯିବ। ଏଥିପାଇଁ ସିଏମ୍‌ସିର ସ୍ବାସ୍ଥ୍ୟ ବିଭାଗ, ଖାଦ୍ୟ ସୁରକ୍ଷା ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri