ଫଳ ବେପାରୀଙ୍କ କବ୍‌ଜାରେ ରାମରାମ ଗଳି

କେନ୍ଦୁଝର, ୨୯ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହରରେ ଅବୈଧ କବ୍‌ଜା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଟ୍ରାଫିକ ସମସ୍ୟା ଲାଗି ରହିଛି। ପୌରପାଳିକା ଅଧୀନ ଥିବା ବିଭିନ୍ନ ଗଳିକନ୍ଦି ଏପରିକି ଜାତୀୟ ରାଜପଥ କଡ଼ଗୁଡିକୁ କେତେକ ପ୍ରଭାବଶାଳୀ ବ୍ୟକ୍ତି କବଜା କରିଥିବାରୁ ସାଧାରଣରେ ଯିବା ଆସିବା ଲାଗି ସମସ୍ୟା ଲାଗି ରହିଛି। ଯାହାରକି ଜ୍ୱଳନ୍ତ ଉଦାହରଣ ହେଉଛି ରାମରାମ ଗଳିର ଦଳେଇ ଫଳ ଗୋଦାମ। ଏହି ଗୋଦାମରେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଘଣ୍ଟାଘଣ୍ଟା ଧରି ଫଳ ବୋଝେଇ ଟ୍ରକ ଗୁଡିକ ଛିଡା ହୋଇ ରହୁଥିବାରୁ ଏହି ରାସ୍ତା ଦେଇ ଯାଆସ କରିବାରେ ନାନା ସମସ୍ୟା ଲାଗି ରହିଛି। ଏପରିକି ଛୋଟ ବଡ ଗାଡିଗୁଡିକ ଯିବା ଆସିବା କଲାବେଳେ ମଝିରେ ମଝିରେ ଦୁର୍ଘଟଣା ଘଟିବା ସହ ଘଣ୍ଟା ଘଣ୍ଟା ଧରି ଟ୍ରାଫିକ ଜାମ ହେଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଗଳିର ଉଭୟ ପାର୍ଶ ବିଭିନ୍ନ ଦୋକାନୀ ମାନଙ୍କର ବେଆଇନ କବ୍‌ଜା ଯୋଗୁ ଅଣ ଓସାରିଆ ହୋଇଥିବାରୁ ଫଳ ବାଲାର ଫଳ ବୋଝେଇ ଟ୍ରକ ଗୁଡିକର ଦୈରାତ୍ମ୍ୟ ସୀମା ଟପିବାକୁ ବସିଛି। ଏହି ଗଳିର ଗୁରୁତ୍ୱକୁ ଉପଲବଧି କରି ପୂର୍ବରୁ ଦୁଇ ଦୁଇ ଜଣ ଜିଲାପାଳ ଭାରିଯାନ ଯାଆସ ଉପରେ କଟକଣା ପାଇଁ ଗଳିର ଉଭୟ ମୁଣ୍ଡରେ ଲୁହା ଖମ୍ବ ଲଗାଇବାକୁ ପୌର ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏହା କାର୍ଯ୍ୟକ୍ଷମ ହୋଇପାରିଲା ନାହିଁ। ଜିଲା ଆରକ୍ଷୀ ଅଧୀକ୍ଷକ ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରୁ ମାତ୍ର ୨୦୦ମିଟର ଦୂର ବ୍ୟବଧାନରେ ଥିବା ଏହି ଗଳିର ଅବ୍ୟବସ୍ଥା ପ୍ରତି ପ୍ରଶାସନ ଦୃଷ୍ଟି ନ ଦେଲେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପରିସ୍ଥିତି ସୃଷ୍ଟି ହେବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏସମ୍ପର୍କରେ କେନ୍ଦୁଝରଗଡ ପୌରପାଳିକାର ନିର୍ବାହୀ ଅଧିକାରୀ ମଧୁସ୍ମିତା ସାମନ୍ତରାୟଙ୍କୁ ପଚାରିବାରୁ ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri