ଖୋର୍ଦ୍ଧା ଅଫିସ,୨୭ା୫: ଗତ କିଛିଦିନର ନୀରବତା ପରେ ଖୋର୍ଦ୍ଧାରେ ପୁଣି ମାତିଛନ୍ତି ଲୁଟେରା। ଏମାନଙ୍କ ଟାର୍ଗେଟରେ ରହିଛନ୍ତି ଫାଇନାନ୍ସ କମ୍ପାନୀ ଏଜେଣ୍ଟ। ଶୁକ୍ରବାର ଅପରାହ୍ନ ୩ଟା ୩୦ରେ ଆଦର୍ଶ ଥାନା ସାମନ୍ତରାପୁର ବୁଡ଼ିବଗିଚା ଛକରୁ ଦୁଇଜଣ ବ୍ଲାକ୍ ପଲ୍ସରଧାରୀ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ୭ ଲକ୍ଷ ୨୮ ହଜାର ଟଙ୍କା ଲୁଟିନେଇ ଫେରାର ହୋଇଯାଇଛନ୍ତି। ପୋଲିସ ପହଞ୍ଚି ନିକଟ ଦୋକାନରେ ସିସିଟିଭି ଫୁଟେଜ୍ ଯାଞ୍ଚ କରିଛି। ଲୁଟ୍ ସମୟର ଦୃଶ୍ୟ କଏଦ ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ କମ୍ପାନୀ ମ୍ୟାନେଜରଙ୍କ ଅଭିଯୋଗକ୍ରମେ ପୋଲିସ ତଦନ୍ତ ଆରମ୍ଭ କରିଛି।
ମୁତାବକ, ନବୀନାବାଗସ୍ଥିତ ଏକ ଘରୋଇ ଫାଇନାନ୍ସ କମ୍ପାନୀର ଦୁଇ କର୍ମଚାରୀ ବ୍ୟାଗ୍ରେ ୭ ଲକ୍ଷ ୨୮ହଜାର ଟଙ୍କା ନେଇ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଶାଖାରେ ଜମା କରିବା ଲାଗି ବାଇକ୍ରେ ଯାଉଥିଲେ। ଏହି ସମୟରେ ପଛପଟୁ ସେମାନଙ୍କୁ ପିଛା କରିଥିଲେ ଦୁଇ ବ୍ଲାକ୍ ପଲ୍ସରଧାରୀ ଯୁବକ। ଚାଳକ ଲାଲ୍ରଙ୍ଗର ଟୋପି ଏବଂ ପଛରେ ବସିଥିବା ଯୁବକ ଧଳାରଙ୍ଗର ଟୋପି ପରିଧାନ କରିଥିଲେ। ରାସ୍ତା ଶୂନ୍ଶାନ୍ର ସୁଯୋଗ ନେଇ ପଲ୍ସର ପଛରେ ବସିଥିବା ଯୁବକ ଜଣକ ଟଙ୍କା ଭର୍ତ୍ତି ବ୍ୟାଗ୍ ଝାମ୍ପିଥିଲେ। ଫଳରେ ଫାଇନାନ୍ସ କର୍ମଚାରୀ ବାଇକ୍ରୁ ଖସିପଡ଼ିଥିଲେ। ପରେ ପଲ୍ସରଧାରୀ ଯୁବକ ତାଙ୍କ ବ୍ୟାଗ୍ ଝାମ୍ପିନେଇ ପଳାଇବା ବେଳେ ଫାଇନାନ୍ସ କର୍ମଚାରୀ ସେମାନଙ୍କ ପିଛା କରିଥିଲେ ମଧ୍ୟ ଧରିପାରି ନ ଥିଲେ। ଲୁଟେରାଦ୍ୱୟ ଖୋର୍ଦ୍ଧା ଟାଉନ ଅଭିମୁଖେ ଦ୍ରୁତଗତିରେ ପଳାଇଥିଲେ। ଏନେଇ କମ୍ପାନୀ ମ୍ୟାନେଜର ଥାନାରେ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ ଜାରି ରହିଛି ବୋଲି ପୋଲିସ କହିଛି।
Posted inHome, Home Left, ଆମ ଜିଲା ଖବର, ଖୋର୍ଦ୍ଧା View All
ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’
ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…
କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ
ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…
ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…
ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ
କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍, ଟ୍ରକ୍ ଏବଂ ପିକ୍ଅପ୍ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…
ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…
ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ
ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…
ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…
ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…
ବାହାରେ ବୁଲିବା ପଡ଼ିଲା ମହଙ୍ଗା
ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…
Archives

