କଣିହାଁ,୫।୬(ଡି.ଏନ.ଏ.)-କଣିହାଁ ବ୍ଲକ ସମଲ ଥାନା ବୁଲାଝର ନିକଟରେ ସୋମବାର ଜଣେ ଫାଇନାନ୍ସ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତମାନେ ୯୮ ହଜାର ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି।
ସମଲ ଥାନା ଏସ୍ଆଇ ବିକ୍ରମ ବିହାରୀ ଜୟପୁରିଆ କହିଛନ୍ତି, ପବିତ୍ରନଗର ଅଞ୍ଚଳରେ ଥିବା ଅନେକ ସ୍ବୟଂସହାୟକ ଗୋଷ୍ଠୀକୁ ଅନ୍ନପୂର୍ଣ୍ଣା ଫାଇନାନ୍ସ ତରଫରୁ ଋଣ ପ୍ରଦାନ କରାଯାଇଛି। ସୋମବାର ସଂସ୍ଥାର ଫିଲ୍ଡ ଅଫିସର ଜ୍ୟୋତିରଞ୍ଜନ ରାଉତ ଓ କର୍ମଚାରୀ ପ୍ରଶାନ୍ତ କୁମାର ପୃଷ୍ଟି ଋଣ ଅର୍ଥ ଆଦାୟ ପାଇଁ ଆସିଥିଲେ। ବିଭିନ୍ନ ଗ୍ରୁପ୍ଠାରୁ ୯୮ ହଜାର ୭୦ ଟଙ୍କା ଆଦାୟ କରି ଫେରୁଥିବାବେଳେ ବୁଲାଝର ଗ୍ରାମ ନିକଟରେ ୨ଟି ନମ୍ବର ବିହୀନ ବାଇକ୍ରେ ୫ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ଆଦାୟ ଅର୍ଥ ସହ କାଗଜପତ୍ର ଲୁଟି ନେଇ ଫେରାର ହୋଇଯାଇଥିଲେ। ଜ୍ୟୋତିରଞ୍ଜନଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ନଂ. ୮୫/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର View All
ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…
ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…
ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ
ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…
ବ୍ରିଜ୍ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…
ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…
ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ
ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…
ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ
ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…
ଅନ୍ତର୍ଜାତୀୟ କ୍ରୀଡ଼ାବିତ୍ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା
ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…
ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍ଟି
ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍ ବାଲିଉଠାଣ…
ପାନ ଦୋକାନରେ ଚଢାଉ : ତମାଖୁ ଉତ୍ପାଦ ବିକ୍ରି କରି ଗଣିଲେ ତଣ୍ଡ
ବରଗଡ଼, ୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ସ୍ବାସ୍ଥ୍ୟ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଏକ ମିଳିତ କାର୍ଯ୍ୟକାରୀ ସ୍କ୍ବାଡ୍ ଗଠିତ ହୋଇ ତମାଖୁ ନିୟନ୍ତ୍ରଣ ନିୟମ…
Archives

