ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଲୁଟ୍‌ ଅଭିଯୋଗ

ଘସିପୁରା, ୨୮।୧(ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ନାହାଗୁଣାରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଗୁରୁତର ଆହତ ଫାଇନାନ୍ସ କର୍ମଚାରୀ ନିଶାକର ମଲ୍ଲିକଙ୍କୁ ଚିକିତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିଶାକାର ଏକ ଘରୋଇ ଫାଇନାନ୍ସ କମ୍ପାନୀରେ କାମ କରନ୍ତି। ସେ ନାହାଗୁଣା ଅଞ୍ଚଳରେ କେତେକ ସ୍ବୟଂ ସହାୟକ ଗୋଷ୍ଠୀକୁ ଦିଆଯାଇଥିବା ଋଣ ଅର୍ଥ ଆଦାୟ ପାଇଁ ଯାଇଥିଲେ। ତେବେ ୨୦ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ପଲସର ଗାଡ଼ିରେ ୨ଜଣ ଦୁର୍ବୃତ୍ତ ଆସି ସେ ଧରିଥିବା ଟଙ୍କା ବ୍ୟାଗକୁ ଲୁଟି ନେଇଥିଲେ। ନିଶାକର ଏହି ଘଟଣାର ପ୍ରତିବାଦ କରିବାରୁ ଦୁର୍ବୃତ୍ତମାନେ ତାଙ୍କୁ ଛୁରାମାଡ଼ କରିଥିଲେ। ସେ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଚିକିତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଘସିପୁରା ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଲୁଟେରାଙ୍କ ଟେର ପାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପଦୋନ୍ନତି ଅଦାଲତ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଦୋନ୍ନତି ପାଇବାକୁ ଆଶା ରଖିଥିବା କର୍ମଚାରୀମାନଙ୍କର ମଙ୍ଗଳବାର ଠାରୁ ପଦୋନ୍ନତି ଅଦାଲତରେ ଶୁଣାଣି ଆରମ୍ଭ ହୋଇଛି। ପୂର୍ବ ଘୋଷଣା ମୁତାବକ ୬ଟି ସ୍ଥାନରେ ଆବେଦନଗୁଡ଼ିକର...

‘ଆତଙ୍କିତ ପରିସ୍ଥିତି ସୃଷ୍ଟି କରନ୍ତୁ ନାହିଁ’

ଭୁବନେଶ୍ୱର,୪।୫(ବ୍ୟୁରୋ): ଆସନ୍ତା ୫ ତାରିଖ ବୁଧବାରଠାରୁ ରାଜ୍ୟରେ ୧୪ ଦିନିଆ ଲକ୍‌ଡାଉନ ଆରମ୍ଭ ହେଉଛି। ଏଥିପାଇଁ ଲୋକେ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ କିଣି ଘରେ...

ତୈଳ, ଗ୍ୟାସ୍‌ ଦରବୃଦ୍ଧି ପ୍ରତିବାଦରେ ରାସ୍ତାରେ ଛାତ୍ର କଂଗ୍ରେସ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ରାଷ୍ଟ୍ରୀୟ ଛାତ୍ର କଂଗ୍ରେସ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଅନୁଲେଖା ବୋଷା ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କୁ ବିମାନବନ୍ଦରରେ ପ୍ରଦେଶ ଛାତ୍ର...

ଦୃଶ୍ୟମାନ ହେବ ୪ ଗ୍ରହ ମିଳନର ବିରଳ ଦୃଶ୍ୟ

ଭୁବନେଶ୍ୱର, ୧୫ା୪(ବ୍ୟୁରୋ): ଆକାଶରେ ୫ଦିନ ଧରି ଦେଖିବାକୁ ମିଳିବ ୪ ଗ୍ରହଙ୍କ ମିଳନର ବିରଳ ଦୃଶ୍ୟ। ୧୫, ୧୬, ୧୭ ତାରିଖରେ କ୍ରମାନ୍ବୟରେ ବୃହସ୍ପତି, ଶନି...

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୩୫ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୮୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ରାତି ୧୨ରୁ ୨ଟା ପର୍ଯ୍ୟନ୍ତ ପାଟ୍ରୋଲିଂ

ଅନୁଗୋଳ ଅଫିସ, ୨।୧୧ ଅନୁଗୋଳ ଜିଲାର ବିଭିନ୍ନ ସଡକ ମରାମତି, ପରିଚାଳନା ଓ ନିର୍ମାଣକୁ ନେଇ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଢେଙ୍କାନାଳ ଏମ୍‌ପି...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୬।୪: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ଼ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ...

ସାଗର ବଳବନ୍ତରାୟ ନିଲମ୍ବିତ

ଭୁବନେଶ୍ୱର,୧୫ା୩(ବ୍ୟୁରୋ)-ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକ ସାଗର ବଳବନ୍ତରାୟଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜୁ ଛାତ୍ର ଜନତା ଦଳର...

Advertisement
Archives

Model This Week