ଫାଇନାନ୍ସ କର୍ମଚାରୀଙ୍କୁ ଭୁଜାଲି ମାଡ଼,  ୪୬ହଜାର ଲୁଟ୍‌

ରୂପ୍‌ସା, ୨୯।୮(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ-ସାନଗୋବରା ରାସ୍ତାରେ ୩ଜଣ ଦୁର୍ବୃତ୍ତ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ୪୬ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ପୋଲିସ ଏକ ମାମଲା (ନଂ. ୨୨୫/୧୯) ରୁଜୁ କରି ତଦନ୍ତ ଜାରି ରଖିଛି।
ଛାନୁଆ, ସାର୍ଥା ଅଞ୍ଚଳର ମହିଳା ଗୋଷ୍ଠୀଙ୍କଠାରୁ ଋଣ କିସ୍ତି ଆଦାୟ କରି ଏକ କ୍ରେଡ଼ିଟ କେୟାର ନେଟ୍‌ୱାର୍କ ସଂସ୍ଥାର କର୍ମଚାରୀ ବରହମପୁର ଥାନା ବରକୁଳି ଗ୍ରାମର ଦୀପ୍ତିକାନ୍ତ ସ୍ବାଇଁ ବୁଧବାର ବାଲେଶ୍ୱର ଯାଉଥିଲେ। ଗୋବରା ଛକଠାରେ ଏକ ବାଇକ୍‌ରେ ୩ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇ ଖଣ୍ଡା, ଭୂଜାଲିରେ ଆକ୍ରମଣ କରି ୪୬ହଜାର ଟଙ୍କା ଲୁଟ୍‌ କରି ଚମ୍ପଟ ମାରିଥିଲେ। ଗୁରୁତର ଆହତ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି। ସଂସ୍ଥାର ବ୍ରାଞ୍ଚ ମ୍ୟାନେଜର ଅମିତ କୁମାର ଖିଲାର ଏନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri