Posted inଖେଳ

ଫାଇନାଲ ରାଉଣ୍ଡରେ ନାଗଲ

ନ୍ୟୁୟର୍କ,୨୩।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ନିକଟତର ହୋଇଛନ୍ତି। ୟୁଏସ୍‌ ଓପନ ଟୁର୍ନାମେଣ୍ଟର କ୍ୱାଲିଫାୟର୍ସରେ ନାଗଲ ଦ୍ୱିତୀୟ ବାଧା ଅତିକ୍ରମ କରିବାରେ ସଫଳ ହୋଇଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧୯୦ ତମ ସ୍ଥାନରେ ଥିବା ନାଗଲ ୭-୫, ୭-୬(୭/୦) ସେଟ୍‌ରେ କାନାଡାର ପିଟର ପୋଲାନ୍ସକିଙ୍କୁ ହରାଇ ଦେଇଛନ୍ତି। ବିଜୟ ଲାଗି ତାଙ୍କୁ ୨ ଘଣ୍ଟା ୮ ମିନିଟ୍‌ ଧରି ସଂଘର୍ଷ କରିବାକୁ ପଡ଼ିଥିଲା। ୨୨ ବର୍ଷୀୟ ହରିୟାଣା ଖେଳାଳି ଫାଇନାଲ କ୍ୱାଲିଫାଇଂ ରାଉଣ୍ଡରେ ୨୧୨ ର଼୍ୟାଙ୍କ ବ୍ରାଜିଲର ଜୋଆ ମେନେଜେସଙ୍କ ସହ ମୁକାବିଲା କରିବେ। ଗତ ବର୍ଷ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ, ଫ୍ରେଞ୍ଚ ଓପନ ଓ ଓ୍ବିମ୍ବେଲଡନ ଓପନର ଯୋଗ୍ୟତା ପର୍ଯ୍ୟାୟରେ ଖେଳିଥିଲେ। ହେଲେ କୌଣସି ଥର ପ୍ରଥମ ମୁକାବିଲାକୁ ଜିତିବାକୁ ସକ୍ଷମ ହୋଇ ନ ଥିଲେ। ଏହା ବ୍ୟତୀତ ଦେଶର ଏକମାତ୍ର ସିଙ୍ଗଲ୍ସ ଖେଳାଳି ଭାବେ ପ୍ରଜନେଶ ଗୁଣେଶ୍ୱରନ ସିଧାସଳଖ ୟୁଏସ୍‌ ଓପନ ମୁଖ୍ୟ ପର୍ଯ୍ୟାୟରେ ଖେଳିବାକୁ ଯାଉଛନ୍ତି। ସେ ପ୍ରଥମ ରାଉଣ୍ଡରେ ୫ମ ସିଡ୍‌ ଡାନିଏଲ ମେଡଭେଡେଭଙ୍କ ସହ ମୁକାବିଲା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ବୈଭବ ସୂର୍ଯ୍ୟବଂଶୀ ବିବାଦ ଉପରେ ଶ୍ରୀଲଙ୍କା ଅଧିନାୟକଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଫାଇନାଲ ପୂର୍ବରୁ କହିଲେ, ‘ଆମେ କରିନାହୁଁ…’

ନୂଆଦିଲ୍ଲୀ,୨୦।୬: ଭାରତ ଏବଂ ଶ୍ରୀଲଙ୍କା ଦଳ ତ୍ରି-ସିରିଜ ଫାଇନାଲରେ ସେମାନଙ୍କର ସ୍ଥାନ ପକ୍କା କରିଛନ୍ତି। ଭାରତ ଏ ଏବଂ ଶ୍ରୀଲଙ୍କା ଏ ମଧ୍ୟରେ ଟାଇଟଲ ମୁକାବିଲା ଜୁନ…

ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲେଣି ସଜବାଜ

ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri